Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Argus Whatsapp Channel Mobile Top

Argus News - ପ୍ରତିବର୍ଷ ମାର୍ଚ୍ଚ ୨୨କୁ ବିଶ୍ବ ଜଳ ଦିବସ ଭାବେ ପାଳନ କରାଯାଏ

National

ପ୍ରତିବର୍ଷ ମାର୍ଚ୍ଚ ୨୨କୁ ବିଶ୍ବ ଜଳ ଦିବସ ଭାବେ ପାଳନ କରାଯାଏ

Ritu Das
Browse all articles by Ritu Das
·1 year ago·2 min read
ପ୍ରତିବର୍ଷ ମାର୍ଚ୍ଚ ୨୨କୁ ବିଶ୍ବ ଜଳ ଦିବସ ଭାବେ ପାଳନ କରାଯାଏ

ଜଳ ବିନା ଜୀବ ଜଗତ ଅସମ୍ଭବ । ବିନା ଜଳରେ ଦୂବ ବି କଇଁଳିବା ସମ୍ଭବପର ନୁହେଁ । ଜଳ ଅଛି ମାନେ, ଜୀବନ ରହିଛି । କିନ୍ତୁ ଅନେକ ସମୟରେ ଜଳର ଅଯଥା ବ୍ୟବହାର, ଆଗାମୀ ପିଢୀ ପାଇଁ ସୃଷ୍ଟି କରିବାକୁ ଯାଉଛି ବିପଦ । ପୃଥିବୀର ପ୍ରାୟ ୭୧.୪ ପ୍ରତିଶତ ଜଳପୂର୍ଣ୍ଣ ଅଟେ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜୀବନ ପାଇଁ ଜଳର ମୂଲ୍ୟ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୯ ସୁଦ୍ଧା ବିଶ୍ବର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ ।


ଜାତି ସଂଘର ଅନୁମୋଦନ କ୍ରମେ ପ୍ରତିବର୍ଷ ମାର୍ଚ୍ଚ ୨୨ ତରିଖକୁ ବିଶ୍ବ ଜଳ ଦିବସ ଭାବେ ପାଳନ କରାଯାଇ ଆସୁଛି । ବିଶ୍ବର ସମସ୍ତ ବିକଶିତ ଦେଶରେ ସ୍ୱଚ୍ଛ ଏବଂ ସୁରକ୍ଷିତ ଜଳ ଉପଲବ୍ଧ କରାଇବା ସହ ଜଳ ସଂରକ୍ଷଣର ମହତ୍ତ୍ୱ ତଥା ଆବଶ୍ୟକତା ବିଷୟରେ ଜନ ସଚେତନତା ସୃଷ୍ଟି କରିବା ଏହାର ଉଦ୍ଦେଶ୍ୟ । ପ୍ରଥମ ଥର ପାଇଁ ୧୯୯୨ ମସିହାରେ ବ୍ରାଜିଲ ସ୍ଥିତ ରିଓ ଡି ଜେନିରୋଠାରେ ମିଳିତ ଜାତିସଂଘର ଆୟୋଜିତ “ପର୍ଯ୍ୟାବରଣ ଓ ବିକାଶ ସମ୍ମେଳନ”ରେ ବିଶ୍ୱ ଜଳ ଦିବସ ପାଳନ କରାଯିବାର ନିଷ୍ପତ୍ତି ନିଆଯାଇଥିଲା ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ପରେ ପୁଣି ମିଳିତ ଜାତିସଂଘର ସାଧାରଣ ସଭାରେ ୧୯୯୩ ମସିହାରେ ଏହି ନିଷ୍ପତ୍ତି ଅନୁମୋଦନ ଲାଭ କଲା । ସ୍ୱଚ୍ଛ ତଥା ସୁରକ୍ଷିତ ଜଳର ଆବଶ୍ୟକତା ବିଷୟରେ ଜନ ସଚେତନତା ବୃଦ୍ଧି କରିବା ଲକ୍ଷ୍ୟରେ ଏହି ଦିନଟିକୁ ପ୍ରତିବର୍ଷ ଏକ ବାର୍ଷିକ କାର୍ଯ୍ୟକ୍ରମ ଭାବେ ପାଳିବାକୁ ସର୍ବ ସମ୍ମତି କ୍ରମେ ଗୃହିତ ହେଲା । ତେଣୁ ମାନବଜାତିର ଭବିଷ୍ୟତ ପାଇଁ ଜଳ ନଷ୍ଟ କରିବା ଅନୁଚିତ ।
ଯେକୌଣସି ରାଷ୍ଟ୍ରର ସମୃଦ୍ଧିପାଇଁ ତାହାର ଜଳ ସମ୍ପଦର ଅବଦାନ ଉଲେଖନୀୟ । କୃଷି, ଶିଳ୍ପ ଓ ଗମନାଗମନ ପାଇଁ ଭୂପୃଷ୍ଣ ଜଳ ସମ୍ପଦର ବହୁଳ ଆବଶ୍ୟକତା ରହିଛି । ସମୃଦ୍ଧିଶାଳୀ ରାଷ୍ଟ୍ର ସେମାନଙ୍କର ଜଳ ସମ୍ପଦର ସଂରକ୍ଷଣ ଓ ସୁପରିଚାଳନା କରି ଆସୁଛନ୍ତି । ପୃଥିବୀର ଅଧୁକାଂଶ ଗରିବ ରାଷ୍ଟ୍ରରେ ଉତ୍କଟ ଜଳାଭାବ ସେମାନଙ୍କର ଶିଳ୍ପ ସମୃଦ୍ଧିପାଇଁ ଏକ ପ୍ରତିବନ୍ଧକ ଭାବେ ଦେଖାଦେଇଛି । ଏଥିରୁ ଆମପାଇଁ ଜଳସମ୍ପଦର ଆବଶ୍ୟକତା ସହଜରେ ଅନୁମେୟ । ଗୋଟିଏ ସ୍ଥାନର ଜଳ ସମ୍ପଦର ପରିମାଣ ସେହି ସ୍ଥାନର ବୃଷ୍ଟିପାତ ଉପରେ ନିର୍ଭର କରୁଥିଲେ ମଧ୍ୟ ଏହା ଆହୁରି ଅନେକ କାରକ ଦ୍ଵାରା ନିୟନ୍ତ୍ରିତ ହୋଇଥାଏ ।


ଜଳ ପାଇଁ ଜୀବନ, ଜଳ ହିଁ ଜୀବଜଗତର ସତ୍ତା । ବଣ ଭୂମି, ପାହାଡ, ଓ ଜଙ୍ଗଲ ତିଷ୍ଠି ରହିଛି। ଜୀବନର ପ୍ରତିଟି ମୁହୂର୍ତ୍ତ ପାଇଁ ଜଳ ହିଁ ଲୋଡା। ଜନସଂଖ୍ୟା ବୃଦ୍ଧି ଯୋଗୁଁ ବିଶ୍ବ, ଦେଶ ଓ ରାଜ୍ୟରେ ଜଳ ସଙ୍କଟ ଦେଖାଦେଲାଣି। ପାନୀୟ ଜଳ ବ୍ୟବହାର ଉପଲବ୍ଧିକୁ ଦେଖିଲେ ୨୦୫୦ ବେଳକୁ ଦେଶ ତଥା ରାଜ୍ୟରେ ଜଳ ସଙ୍କଟ ଦେଖାଦେବ। ଆମ ରାଜ୍ୟର ଅନେକ ଅଞ୍ଚଳରେ ମଧ୍ୟ ପାନୀୟ ଜଳର ସଙ୍କଟ ଦେଖାଦେଲାଣି । ବିଶ୍ବ ଜଳ ଦିବସରେ ଏହି ଆହ୍ୱାନ ରହୁ, ଏଭଳି ଅମୂଲ୍ୟ ସମ୍ପଦକୁ ଅପଚୟ ନକରି ଭବିଷ୍ୟତ ପାଇଁ ବଞ୍ଚାଇ ରଖିବା।

Argus Whatsapp Channel Mobile Top
Sponsored
world-water-day-is-celebrated-on-march-22-every-year | Argus News