ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ବାଟାଲିଅନ ଗଠନକୁ ମଞ୍ଜୁରୀ
·1 year ago

ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ଆଉ ଏକ ବାଟାଲିଅନ ଗଠନକୁ ମଞ୍ଜୁରୀ । ସୃଷ୍ଟି ହେବ ୧୦୪୦ ନୂତନ ପଦବୀ ।ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି । ନୂଆ ବାଟାଲିଅନ ସୃଷ୍ଟି ହେବା ପରେ ଏଥିରେ ସମୁଦାୟ ୨ଟି ବାଟାଲିଅନ କାର୍ଯ୍ୟ କରିବ। ୨ଟି ବାଟାଲିଅନର ପଦବୀ ସଂଖ୍ୟା 2847 ହେବ। ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରି ପଦକ୍ଷେପ ନେଉଛନ୍ତି। ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି। ତେଣୁ ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜ୍ୟିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକର ସୁରକ୍ଷା ଜରୁରୀ ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନୂଆ ବାଟାଲିଅନ ଗଠନକୁ ମଞ୍ଜୁରୀ ଦେଇଛନ୍ତି।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: