Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଓଡ଼ିଆ ଜାତିର ସର୍ବ କନିଷ୍ଠ ସହିଦ ବାଜି ରାଉତଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

Rashmita Mishra
Browse all articles by Rashmita Mishra
·1 year ago·1 min read
ଓଡ଼ିଆ ଜାତିର ସର୍ବ କନିଷ୍ଠ ସହିଦ ବାଜି ରାଉତଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଭବନେଶ୍ୱର: ସ୍ଵାଧୀନତା ସଂଗ୍ରାମୀ ଓଡ଼ିଆ ଜାତିର ସର୍ବ କନିଷ୍ଠ ସହିଦ ବାଜି ରାଉତଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭୁବନେଶ୍ବର ୟୁନିଟ-8 ସ୍ଥିତ ସହିଦ ବାଜି ରାଉତଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ପରେ ଚନ୍ଦ୍ରଶେଖରପୁର ସ୍ଥିତ ବୁଦ୍ଧ ପାର୍କରେ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ଧର୍ମେନ୍ଦ୍ର ପ୍ରଧାନ । ଭବିଷ୍ୟତକୁ ଆଖି ଆଗରେ ରଖି ପରିବେଶକୁ ସୁରକ୍ଷିତ ରଖିବା ନିମନ୍ତେ ବୃକ୍ଷର ଆବଶ୍ୟକତା ରହିଥିବାବେଳେ ବିଡ଼ିଏ ପକ୍ଷରୁ ଆୟୋଜିତ ହୋଇଥିଲା ବୃକ୍ଷରୋପଣ କାର୍ଯ୍ୟକ୍ରମ ହୋଇଥିଲା । କେନ୍ଦ୍ରମନ୍ତ୍ରୀଙ୍କ ସହ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ସାମିଲ ଥିଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ଖାଉଟି ଯୋଗାଣ ଓ କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଓ ଏକାମ୍ର ବିଧାୟକ ବାବୁ ସିଂ । ପରେ ମଙ୍ଗଳାବସ୍ତିରେ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମରେ ଯୋଗଦେଇଥିଲେ କେନ୍ଦ୍ରମନ୍ତ୍ରୀ । ଏଥିସହ ଜୟଦେବ ଭବନରେ ବାଜି ରାଉତଙ୍କ ଜୟନ୍ତୀ ସମାରୋହରେ ଯୋଗଦେବାର ରହିଛି କାର୍ଯ୍ୟକ୍ରମ । ଚନ୍ଦ୍ରଶେଖରପୁର ପଂଜାବ ଭବନରେ ବିଜେପିର ସଦସ୍ୟତା ଅଭିଯାନରେ ବି ହେବେ ସାମିଲ୍ । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Union Minister Dharmendra paid tribute to the youngest martyr Baji Raut on his birth anniversary. | Argus News