Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଏପ୍ରିଲ 22 ସୁଦ୍ଧା ନୂଆ ରାସନ କାର୍ଡ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ

Smruti Parija
Browse all articles by Smruti Parija
·1 year ago
ଏପ୍ରିଲ 22 ସୁଦ୍ଧା ନୂଆ ରାସନ କାର୍ଡ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ

ଖୁବଶୀଘ୍ର ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ । ବ୍ଲକ୍ ଏବଂ ସହରାଞ୍ଚଳ ଗୁଡିକରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ମାଧ୍ୟମରେ ବଣ୍ଟନ କରାଯିବ ନୂଆ ରାସନ କାର୍ଡ । ନୂଆ ରାସନ କାର୍ଡ ଛପାଇବା ପାଇଁ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲା ଖାଦ୍ୟ ଯୋଗାଣ ବିଭାଗ । 22 ତାରିଖ ସୁଦ୍ଧା ନୂଆ ରାସନ କାର୍ଡ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଧାୟକ, ସାଂସଦମାନେ ନିଜ ନିଜ ଅଞ୍ଚଳରେ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ବାଣ୍ଟିବେ ।


ନୂଆ ରାସନ କାର୍ଡ ଛପାଇବା ପାଇଁ ସବୁ ଜିଲ୍ଲାପାଳଙ୍କୁ ଚିଠି ହୋଇଥିବା କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର । 22 ତାରିଖ ସୁଦ୍ଧା ନୂଆ ରାସନ କାର୍ଡ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା 24 ତାରିଖରେ ବିଧାୟକ, ସାଂସଦ ମାନେ ନିଜ ନିଜ ଅଞ୍ଚଳରେ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ବାଣ୍ଟିବେ ବୋଲି ମନ୍ତ୍ରୀ କହିଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
beneficiaries-will-soon-get-new-ration-cards | Argus News