ଆଜିର ରାଶିଫଳ, ସତର୍କ ରୁହ ଏହି ରାଶିଦ୍ୱୟ...

ଅର୍ଗସ ବ୍ୟୁରୋ: କେମିତି କଟିବ ଆଜି ଆପଣଙ୍କ ଦିନ। ଜାଣନ୍ତୁ କଣ କହୁଛି ଆପଣଙ୍କ ରାଶିଫଳ...
ମେଷ- ସ୍ୱଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି । ପରିବାରର ସମ୍ପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ- ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ । ମହିଳା ମାନେ ଦାୟିତ୍ୱବାନ୍ ରହିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ଛାତ୍ର ଛାତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂରମିଶେଇ ମସ୍ତକରେ ଧାରଣ କରନ୍ତୁ
ମିଥୁନ- ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । କୌଣସି ପୋଗ୍ରାମରେ ଗୀତ ଗାଇବା ପାଇଁ ସୁଯୋଗ ମିଳିପାରେ । ମାଙ୍ଗଳିକ କାର୍ୟ୍ୟ କରିବା ପାଇଁ ବିଚାର କରିବେ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କର୍କଟ- ଶାରୀରିକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘରକୁ ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ
ସିଂହ- ନୂଆ ବ୍ୟବସାୟ ନିର୍ମାଣରେ ଅଗ୍ରଗତି କରିବେ । କର୍ମକ୍ଷେତ୍ରରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ । ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା- ପରିବାର ଭିତରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ଛାତ୍ର ଛାତ୍ରୀମାନେ ପଢାରେ ମନଦେବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା ରହିଛି। ଆଜି ଦିନଟି ବନ୍ଧୁମେଳରେ କଟିବ ।
📱 Get Argus News App
✨ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା- ସମ୍ପର୍କୀୟଙ୍କ ଅନୁକମ୍ପା ଲାଭକରି କାର୍ୟ୍ୟ ପାଇଁ ପ୍ରସ୍ତୁତ ହୋଇପାରନ୍ତି । ଆଲୋଚନା ପରିସରରେ ବନ୍ଧୁଙ୍କ ପ୍ରତି ସ୍ନେହ ପ୍ରଦର୍ଶନକରି ପ୍ରଶଂସିତ ହେବେ । ବିଶିଷ୍ଠ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା- ବନ୍ଧୁମାନେ ପ୍ରତ୍ୟେକ କ୍ଷେତ୍ରରେ ସହଯୋଗର ହାତ ବଢ଼ାଇପାରନ୍ତି । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ନଚେତ୍ ଅସୁବିଧାର ସମ୍ମୁଖୀନ ହେବେ । କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିବେ । ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେବାର ସମ୍ଭାବନା ଅଛି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ- ଶିଳ୍ପ, ବ୍ୟବସାୟ, ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ଅତୀତ କଥାକୁ ଚିନ୍ତାକରି ପରିସ୍ଥିତିକୁ ଯେତେ ଜଟିଳ ମନେ କରୁଛନ୍ତିି ସେମିତି କିଛି ହେବନି । ଚାକିରିରେ କିଛି ପରିବର୍ତନ ଆସିପାରେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ମକର- ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । ପରିବାରରେ ଗୁରୁଜନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । କାର୍ୟ୍ୟ କ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ । ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାର ଭିତରେ ଯୁକ୍ତିତର୍କ ହୋଇପାରେ । ରାଜନୀତି, ସଭାସମିତି, ପ୍ରଶାସନ କ୍ଷେତ୍ରରେ ଲୋକମାନଙ୍କ ସହ ଭଲ ସମ୍ପର୍କ ଗଢିବା ପାଇଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ- ଆପଣ କାନ୍ଧରେ ଆଘାତ ପାଇ ପାରନ୍ତି । ରପ୍ତାନି କାରବାର ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ । ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ- ପରିବାରର ସମସ୍ତ ବ୍ୟକ୍ତି ମନ୍ଦିର ଭ୍ରମଣ ପାଇଁ ଯିବେ । ବ୍ୟବସାୟରେ ଅତ୍ୟଧିକ ଲାଭବାନ୍ ହେବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ବିଭିନ୍ନ ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ