ଓଡିଶା ଆସୁଛନ୍ତି ନବ ନିଯୁକ୍ତ ରାଜ୍ୟପାଳ, ପୁରୀ ଯାଇ ଶ୍ରୀଜିଉଙ୍କୁ କରିବେ ଦର୍ଶନ
·1 year ago

ଅର୍ଗସ ବ୍ୟୁରୋ: ଆସନ୍ତାକାଲି ଓଡିଶା ଆସୁଛନ୍ତି ନବ ନିଯୁକ୍ତ ରାଜ୍ୟପାଳ ହରି ବାବୁ କମ୍ଭମ୍ପତି । ଦିନ ୨ ଟାରେ ପହଁଚିବେ ଓଡ଼ିଶାରେ । ପୁରୀ ଯାଇ ଶ୍ରୀଜିଉଙ୍କୁ କରିବେ ଦର୍ଶନ । 3 ତାରିଖରେ ରହିଛି ଶପଥ ଗ୍ରହଣ କାର୍ଯ୍ୟକ୍ରମ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୫ ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତ କରିଥିଲେ। ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫାକୁ ରାଷ୍ଟ୍ରପତି ଗ୍ରହଣ କରିଥିଲେ ଏବଂ ତାଙ୍କ ସ୍ଥାନରେ ମିଜୋରାମର ରାଜ୍ୟପାଳ ଥିବା ଡକ୍ଟର ହରି ବାବୁ କମ୍ଭମପତିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ କରିଥିଲେ।
ରାଜଭବନରେ ତାଙ୍କୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଶପଥ ପାଠ କରାଇବେ। ସୂଚନା ଅନୁଯାୟୀ ନବନିଯୁକ୍ତ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପତି ଅପରାହ୍ଣ ୩ଟା ବେଳେ ଭୁବନେଶ୍ୱରରେ ପହଞ୍ଚିବା ପରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଅଧିକ ପଢ଼ନ୍ତୁ ଓଡିଶା ଖବର: