ଶପଥ ନେବା ପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଓଡ଼ିଶାର ନୂଆ ରାଜ୍ୟପାଳ କମ୍ଭମପତି
·1 year ago

ଓଡ଼ିଶାରେ ନବନିଯୁକ୍ତ ରାଜ୍ୟପାଳ ହରିବାବୁ କମ୍ଭମପତି। ଶପଥ ନେବା ପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ନୂଆ ରାଜ୍ୟପାଳ । ସିଂହଦ୍ଵାରରେ ପହଞ୍ଚିବା ପରେ ତାଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ଭବ୍ୟ ସ୍ଵାଗତ କରାଯାଇଥିଲା । ଆସନ୍ତାକାଲି ଭୁବନେଶ୍ୱରରେ ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମପତି। ନୂଆ ରାଜ୍ୟପାଳଙ୍କୁ ଶପଥ ପାଠ କରାଇବେ ଓଡ଼ିଶା ଉଚ୍ଚ ନ୍ୟାୟଳୟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧର ଶରଣ ସିଂହ। ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରିମଣ୍ଡଳ ସଦସ୍ୟ, ବରିଷ୍ଠ ଅଧିକାରୀଙ୍କ ସହ ବିଶିଷ୍ଟ ବ୍ୟକ୍ତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
ତେବେ ଆଜି ଭୁବନେଶ୍ବରରେ ପହଞ୍ଚିବା ପରେ ନୂଆ ରାଜ୍ୟପାଳଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ଉପସ୍ଥିତ ରହିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ବର ବିମାନବନ୍ଦରରେ ଦିଆଯାଇଥିଲା ଗାର୍ଡ ଅଫ ଅନର।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: