Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Sushanta Sahoo
Browse all articles by Sushanta Sahoo
·1 year ago
ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Key Points

ଶ୍ରୀମନ୍ଦିରରେ ବନକଲାଗି ନୀତି

୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ମାଘ ମାସ କୃଷ୍ଣ ଦ୍ୱିତୀୟା ତିଥି। ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି । ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ ।


ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ଓ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଆଜି ଅପରାହ୍‌ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Puri Jagannath Temple Public Darshan To Be Closed For Five Hours | Argus News