Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା ସହ ଘନ କୁହୁଡି !

Rashmita Mishra
Browse all articles by Rashmita Mishra
·1 year ago·1 min read
ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା ସହ ଘନ କୁହୁଡି !

ଅର୍ଗସ ବ୍ୟୁରୋ: ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା ସହ ଘନ କୁହୁଡି ଆଶଙ୍କା ।ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ପାଇଁ 24 ଓ 25 ତାରିଖ ଦୁଇ ଦିନ ବର୍ଷା ସମ୍ଭାବନା । ଉପକୂଳବର୍ତ୍ତୀ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ବର୍ଷା ପାଇଁ 7 ଜିଲ୍ଲାକୁ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର । ସେହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡା । ସେହିପରି ୯ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ନୟାଗଡ, କନ୍ଧମାଳ, କୋରାପୁଟ, ମାଲକାନଗିରିରେ ବର୍ଷା ସମ୍ଭାବନା । ୨୫ ତାରିଖରେ ୧୧ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା । ଆଜି ଏବଂ କାଲି ଘନ କୁହୁଡି ନେଇ ୫ ଜିଲ୍ଲାକୁ ୟେଲୋ ଆଲର୍ଟ । ସେହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ଅନୁଗୁଳ ଓ କଳାହାଣ୍ଡି ।


୫ ଜିଲ୍ଲାରେ ୫୦ ମିଟର ତଳକୁ ଖସିବ ଦୃଶ୍ୟମାନ ଦୂରତା । ୨୬ରୁ ୨୮ ତାରିଖ ଯାଏଁ ରହିବ ଶୁଖିଲା ପାଗ । ୨୯ ତାରିଖରୁ ପୁଣି କୋହଲା ପାଗ ସହ ବର୍ଷା ସମ୍ଭାବନା । ଆଗାମୀ ୩ ଦିନ ପରେ ଶୀତର ପ୍ରଭାବ ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Rain and dense fog again in the state from tomorrow! | Argus News