ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳଙ୍କୁ SRCଙ୍କ ଚିଠି

Key Points
ସୃଷ୍ଟି ହେଲା ଲଘୁଚାପ
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ । ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଧିରେ ଧିରେ ଉତ୍ତରମୁହାଁ ହେବା ସମ୍ଭାବନା ରହିଛି । 31 ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି ।
ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି ହୋଇଛି । ଅଧିକାଂଶ ସ୍ଥାନରେ ବର୍ଷା ହେବା ସହ ବୋହିବ ଝଟକା ପବନ । ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୫ ଦିନ ଯାଏଁ ବର୍ଷା ଲାଗି ରହିବ ।
📱 Get Argus News App
✨କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ନୂଆପଡା, ଖୋର୍ଦ୍ଧା, ପୁରୀ କଟକ, ଜଗତସିଂହପୁର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ୱର କେନ୍ଦୁଝର ଓ ମୟୂରଭଞ୍ଜ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅବଶିଷ୍ଟ ଜିଲ୍ଲା ଗୁଡ଼ିକରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେପଟେ ସକାଳୁ ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ରାଜ୍ୟରେ ବର୍ଷା ସତର୍କତା ନେଇ ଜିଲ୍ଲାପାଳମାନଙ୍କୁ SRC ଚିଠି ଲେଖିଛନ୍ତି । ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳଙ୍କୁ SRCଙ୍କ ତରଫରୁ ନିର୍ଦ୍ଦେଶ ଦିଆୟାଇଛି । ବଜ୍ରପାତ ଅଘଟଣ ଏଡ଼ାଇବାକୁ ଲୋକଙ୍କୁ ସଚେତନ କରିବାକୁ କୁହାଯାଇଛି । ଏହାସହ କ୍ଷୟକ୍ଷତି ବାବଦରେ ତୁରନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।