Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - " ସମ୍ଭାବ୍ୟ ବାତ୍ୟାକୁ ନେଇ ସ୍ବାସ୍ଥ୍ୟ ବିଭାଗ ପ୍ରସ୍ତୁତ ଅଛି" :- ମୁକେଶ ମହାଲିଙ୍ଗ

Odisha

" ସମ୍ଭାବ୍ୟ ବାତ୍ୟାକୁ ନେଇ ସ୍ବାସ୍ଥ୍ୟ ବିଭାଗ ପ୍ରସ୍ତୁତ ଅଛି" :- ମୁକେଶ ମହାଲିଙ୍ଗ

Swayangprajna Mishra
Browse all articles by Swayangprajna Mishra
·1 year ago·1 min read
" ସମ୍ଭାବ୍ୟ ବାତ୍ୟାକୁ ନେଇ ସ୍ବାସ୍ଥ୍ୟ ବିଭାଗ ପ୍ରସ୍ତୁତ ଅଛି" :- ମୁକେଶ ମହାଲିଙ୍ଗ

ଅର୍ଗସ ବ୍ୟୁରୋ :  ସମ୍ଭାବ୍ୟ ବାତ୍ୟାକୁ ନେଇ ସ୍ବାସ୍ଥ୍ୟ ବିଭାଗ ପ୍ରସ୍ତୁତ ହୋଇ ରହିଛି। ମେଡ଼ିକାଲ ମଧ୍ୟ ପ୍ରସ୍ତୁତ ରହିଛି। ସମ୍ଭାବ୍ୟ ବାତ୍ୟା ପାଇଁ ସବୁ ବିଭାଗକୁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବିଭାଗ ସ୍ତରରେ ପ୍ରସ୍ତୁତି ବୈଠକ ଚାଲିଛି। ଆଜି ମୁଖ୍ୟମନ୍ତ୍ରୀ ନିଜେ ବାତ୍ୟା ପାଇଁ ପ୍ରସ୍ତୁତି ନେଇ ସ୍ବାସ୍ଥ୍ୟ, ବିପର୍ଯ୍ୟୟ ପରିଚାଳନା ସମେତ ବିଭିନ୍ନ ବିଭାଗର ସମୀକ୍ଷା କରିବେ। ସମ୍ଭାବ୍ୟ ବାତ୍ୟା ପାଇଁ ସ୍ଵାସ୍ଥ୍ୟ ବିଭାଗ ମଧ୍ଯ ବାତ୍ୟା ପାଇଁ ପ୍ରସ୍ତୁତ ରହିଛି।

ଅଧିକ ପଢନ୍ତୁ : ୨୪ ତାରିଖ ରାତି ଓ ୨୫ ତାରିଖ ସକାଳେ ହୋଇପାରେ ଲ୍ୟାଣ୍ଡଫଲ୍

ବୁଧବାର ବାତ୍ୟା। ଆସିଲା ବାତ୍ୟା ଦାନାର ଗତିପଥ। ଆସନ୍ତାକାଲି ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୩ ତାରିଖରେ ଏହା ବାତ୍ୟାର ରୂପ ନେବ। ୨୪ ସକାଳେ ସମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ଲ୍ୟାଣ୍ଡଫଲ୍ ବେଳେ ସର୍ବାଧିକ ୧୦୦ରୁ ୧୧୦  କିଲୋମିଟର ଯାଏଁ ରହିବ ପବନର ବେଗ। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳ ଓ ଆଉ କେତେକ ସ୍ଥାନରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ଓ ୨୫ ତାରିଖରେ ଓଡ଼ିଶାରେ ଅଧିକ ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଜଗତସିଂହପୁର ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା, 24 ଓ 25 ତାରିଖ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ ରହିବ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
"The health department is prepared for possible storms" :- Mukesh Mahalinga | Argus News