ଆସନ୍ତା ୨ ଦିନ ମଧ୍ୟରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ତାପମାତ୍ରା
·1 year ago

ଅର୍ଗସ ବ୍ୟୁରୋ: ବଢିବ ତାପମାତ୍ରା । କମିବ ଶୀତ । ଆସନ୍ତା ୨ ଦିନ ମଧ୍ୟରେ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ହାଲୁକା ଶୀତ ସହ କଲବଲ କରିବ ଘନକୁହୁଡି । ୧୩ ତାରିଖ ପର୍ଯ୍ୟନ୍ତ ଘନକୁହୁଡି ନେଇ ଜାରି କରାଯାଇଛି ୟେଲୋ ଆଲର୍ଟ।
ବିଶେଷ କରି ଆଜିଠୁ ୧୨ ତାରିଖ ପର୍ଯ୍ୟନ୍ତ ଝାରସୁଗୁଡ଼ା , କେନ୍ଦୁଝର, କଳାହାଣ୍ଡି, ଖୋର୍ଦ୍ଧା,କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ଘନ କୁହୁଡି ଅନୁଭୁତ ହେବାର ସମ୍ଭାବନା ରହିଛି। ବିଶେଷ କରି ରାତି ୨ ଟାରୁ ସକାଳ ୧୦ ପର୍ଯ୍ୟନ୍ତ ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ରାସ୍ତାରେ ନଜର ରଖିବାକୁ ପରିବହନ ବିଭାଗକୁ ସତର୍କ କରାଯାଇଛି।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

