ଆଜି ଚାଷୀଙ୍କୁ ମିଳିବ ସିଏମ୍ କିଷାନ ସହାୟତା
·1 year ago

ଅର୍ଗସ ବ୍ୟୁରୋ: ନୂଆଁଖାଇ ଉପଲକ୍ଷେ ଚାଷୀଙ୍କ ପାଇଁ ଖୁସି ଖବର । ଆଜି ଚାଷୀଙ୍କୁ ସିଏମ୍ କିଷାନ ସହାୟତା ଭେଟି ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସିଏମ୍ କିଷାନ ସହାୟତା ଅନ୍ତର୍ଗତ ଉପକୃତ ହେବେ ୪୬ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ । ଏହି ଯୋଜନାର ଦୁଇ ହଜାର ଟଙ୍କା ଦୁଇଟି କିସ୍ତିରେ ଦିଆଯିବ। ଅକ୍ଷୟ ତୃତୀୟା ଏବଂ ନୂଆଖାଇରେ ଏହି କିଷାନ ସହାୟତା ଦିଆଯିବ।
ଡିବିଟି ମାଧ୍ୟମରେ ଚାଷୀଙ୍କୁ ମିଳିବ ସହାୟତା । ୯୨୫ କୋଟିରୁ ଅଧିକ ଟଙ୍କାର ଅର୍ଥ ରାଶି ପ୍ରଦାନ କରାଯିବ । ସମ୍ବଲପୁରରେ ସିଏମ୍ କିଷାନ ସହାୟତା ଶୁଭାରମ୍ଭ କରିବେ ମୋହନ ମାଝୀ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: