ରାଜ୍ୟରେ ପୁଣି ବର୍ଷା ସମ୍ଭାବନା

ଅର୍ଗସ ବ୍ୟୁରୋ: 2-2ଟି ଅଦିନିଆ ବର୍ଷା ଭାଙ୍ଗି ଦେଲା ଚାଷୀର ମେରୁଦଣ୍ଡ...ଅଣ୍ଟା ସଳଖି ଛିଡ଼ା ହେବା ବେଳକୁ ପୁଣି ବର୍ଷା ସମ୍ଭାବନା ବଢ଼ାଇଲା ଚିନ୍ତା । ଆଜି ଓ ଆସନ୍ତାକାଲି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା । ପଶ୍ଚିମାଝଡ଼ ପ୍ରଭାବରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗର ଆକଳନ । ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲା ଓ ଉତ୍ତର ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି । ଦୁଇ ଦିନ ତଳେ ଲଘୁଚାପ ପ୍ରଭାବରେ ହୋଇଥିବା ବର୍ଷାରେ ରାଜ୍ୟର ହଜାର ଏକର ଚାଷ ପ୍ରଭାବିତ ହୋଇଥିଲା ।
ପଶ୍ଚିମା ଝଡ଼ ଆଜି ବରଗଡ, ବଲାଙ୍ଗିର, ନୂଆପଡ଼ା, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି । ଆସନ୍ତାକାଲି ଝାରସୁଗୁଡ଼ା, ସନ୍ଦିରଗଡ଼, କେନ୍ଦୁଝର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି ।...ଗତ 24 ଘଣ୍ଟାରେ ମାଲକାନଗିଗିରେ ସର୍ବାଧିକ 11 ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।
📱 Get Argus News App
✨ଅଧିକ ପଢ଼ନ୍ତୁ ଓଡିଶା ଖବର: