Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା ଲେଖାଏଁ

Rashmita Mishra
Browse all articles by Rashmita Mishra
·1 year ago
ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା ଲେଖାଏଁ

ଅର୍ଗସ ବ୍ୟୁରୋ: ସୁଭଦ୍ରା ଯୋଜନାରେ ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ ଟଙ୍କା ଲେଖାଏଁ ଯାଇଛି । ଶେଷ ଯୋଗ୍ୟ ମହିଳାଙ୍କ ପର୍ଯ୍ୟନ୍ତ ଯୋଜନା ନପହଞ୍ଚିବା ଯାଏଁ ରେଜିଷ୍ଟ୍ରେସନ୍ ଚାଲିବ । ୧୭ ତାରିଖକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ । ପ୍ରାଥମିକ ଭାବେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଟଙ୍କା ଆକାଉଣ୍ଟକୁ ଯିବ । ୧୭ ତାରିଖ ପରେ ବି ରେଜିଷ୍ଟ୍ରେସନ୍ ହୋଇଥିବା ଆକାଉଣ୍ଟକୁ ପ୍ରଥମ କିସ୍ତି ଯିବ । ଏବେ ଯାଏଁ ୬୦ ଲକ୍ଷ ମହିଳା ଆବେଦନ କରିସାରିଲେଣି । ୧ କୋଟିରୁ ଉର୍ଦ୍ଧ୍ବ ମହିଳାଙ୍କୁ ସାମିଲ ହେବାକୁ ସରକାର ଲକ୍ଷ୍ୟ ରଖିଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ଆହୁରି ପଢନ୍ତୁ ଓଡିଶା ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
1 each went to the beneficiary's account | Argus News