Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଆଜି ଯିବ 1 ଟଙ୍କା

Odisha

ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଆଜି ଯିବ 1 ଟଙ୍କା

Banajyotshna Ray
Browse all articles by Banajyotshna Ray
·1 year ago·1 min read
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଆଜି ଯିବ 1 ଟଙ୍କା

ଅର୍ଗସ ବ୍ୟୁରୋ:  ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଆଜି ଯିବ 1 ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଜି ସୁଦ୍ଧା 1 କୋଟିରୁ ଅଧିକ ମହିଳା ସୁଭଦ୍ରା ଯୋଜନା ପାଇଁ ଆବେଦନ କରିଛନ୍ତି  I ସେମାନଙ୍କ ମଧ୍ୟରୁ ଗତକାଲି ସୁଦ୍ଧା 32 ଲକ୍ଷ ହିତାଧିକାରୀ MPCI ଯୋଗ୍ୟ ବିବେଚିତ ହୋଇଛନ୍ତି  I ଆଜି ସୁଦ୍ଧା ଯେତିକି ସଂଖ୍ୟାରେ MPCI ଯୋଗ୍ୟ ବିବେଚିତ ହେବେ ସେମାନଙ୍କୁ ଆସନ୍ତା 9 ତାରିଖ ଦିନ ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା ମୁଖ୍ୟମନ୍ତ୍ରୀ ପ୍ରଦାନ କରିବେ I କ୍ଲିୟରାନ୍ସ ପାଇନଥିବା ହିତାଧିକାରୀଙ୍କ ଆବେଦନ ପତ୍ର ପୁନଃ ଯାଞ୍ଚ ପରେ ଯୋଗ୍ୟ ହିତାଧିକାରୀଙ୍କୁ ଆସନ୍ତା ଡିସେମ୍ବର ମାସ ସୁଦ୍ଧା ସୁଭଦ୍ରା ଯୋଜନା କିସ୍ତି ପ୍ରଦାନ କରାଯିବ ଏବଂ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଆଜି 1 ଟଙ୍କା ଲେଖାଏଁ ଛଡ଼ାଯିବ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
1 rupee will go into the account of Subhadra Yojana beneficiary today | Argus News