ଆଖଣ୍ଡଳମଣି ପୀଠ ପାଇଁ ୧୦ କୋଟି ଘୋଷଣା କଲେ
·1 year ago

ବାବା ଆଖଣ୍ଡଳମଣିଙ୍କ ପୀଠ ପାଇଁ ୧୦ କୋଟି ଘୋଷଣା କରାଯାଇଛି। ଏ ନେଇ ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମନ୍ଦିରର ଉନ୍ନତିମୂଳକ କାର୍ଯ୍ୟ ପାଇଁ ଅର୍ଥ ରାଶି ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ। ରାଜ୍ୟ ପର୍ଯ୍ୟଟନ ବିକାଶ ପାଣ୍ଠିରୁ ୧୦ କୋଟି ସହାୟତା ପ୍ରଦାନ କରାଯାଇଛି।
ଆଜି ଜାଗରରେ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିବାକୁ ଯାଇଥିଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମନ୍ଦିରରେ ବାବାଙ୍କୁ ଦର୍ଶନ କରିବା ପରେ ଉପମୁଖ୍ୟମନ୍ତ୍ରୀ ଏ ନେଇ ଘୋଷଣା କରିଛନ୍ତି।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: