Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଏସ୍‌ସିବି ମେଡିକାଲ କଲେଜ ପୁନଃବିକାଶ କାର୍ଯ୍ୟ ପାଇଁ ୧ ହଜାର କୋଟି ଘୋଷଣା

Smruti Parija
Browse all articles by Smruti Parija
·1 year ago·1 min read
ଏସ୍‌ସିବି ମେଡିକାଲ କଲେଜ ପୁନଃବିକାଶ କାର୍ଯ୍ୟ ପାଇଁ ୧ ହଜାର କୋଟି ଘୋଷଣା

ଭୁବନେଶ୍ୱର: ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହୋଇଯାଇଛି । ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ ହୋଇଛି । ଏହି ବଜେଟ୍ ରେ ଏସସିବି ପାଇଁ ହଜାରେ କୋଟି ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ।

କଟକ ଏସ୍‌ସିବି ମେଡିକାଲ କଲେଜ ପୁନଃବିକାଶ କାର୍ଯ୍ୟ ପାଇଁ ୧ ହଜାର କୋଟି ଘୋଷଣା ହୋଇଛି । ଏ ବର୍ଷ ଯାଜପୁର ମେଡିକାଲ କଲେଜ କାର୍ଯ୍ୟକ୍ଷମ ଯୋଜନା ହେବ ।
ସ୍ବାସ୍ଥ୍ୟ ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟସେବା ମିଶନ । ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟସେବା ମିଶନ ପାଇଁ ବଜେଟରେ ୨୪୬୨ କୋଟି । ଏ ବର୍ଷ ଯାଜପୁର ମେଡିକାଲ କଲେଜ କାର୍ଯ୍ୟକ୍ଷମ ଯୋଜନା । ଆରବର୍ଷ ଫୁଲବାଣୀ ଓ ୨୬-୨୭ରେ ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ । 

ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ ପାଇଁ ୧ ହଜାର କୋଟିର ବ୍ୟୟବରାଦ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

BSKY ଜାଗାରେ ଗୋପବନ୍ଧୁ ଯୋଜନା ଲାଗୁ ହେବ ।  ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଜାଗାରେ ନୂଆ ଯୋଜନା ଆରମ୍ଭ ହୋଇଛି । ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଆରମ୍ଭ କଲେ ସରକାର । ରାଜ୍ୟର ନିଜସ୍ବ ସ୍ବାସ୍ଥ୍ୟ ବୀମା ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ । ଏହି ଯୋଜନାରେ ସରକାରୀ ଓ ବେସରକାରୀ ହସ୍ପିଟାଲରେ କ୍ୟାସ୍‌ଲେସ୍‌ ସେବା ପାଇବେ ରୋଗୀ । ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ମଧ୍ୟ ଘୋଷଣା ହୋଇଛି । 


 

Sponsored