Videos
|
Odisha

ସୁକୁମା ଜିଲ୍ଲାରେ ଦଶମ ଶ୍ରେଣୀ ଛାତ୍ରଙ୍କୁ ପିଟି ପିଟି ହତ୍ୟା

Ritu Das
Browse all articles by Ritu Das
·1 year ago·1 min read
ସୁକୁମା ଜିଲ୍ଲାରେ ଦଶମ ଶ୍ରେଣୀ ଛାତ୍ରଙ୍କୁ ପିଟି ପିଟି ହତ୍ୟା

ଅର୍ଗସ ବ୍ୟୁରୋ: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କୁ ପିଟି ପିଟି ହତ୍ୟା କଲେ ମାଓବାଦୀ । ଗତ ଦଶ ଦିନ ତଳେ ମୃତ ଛାତ୍ରଙ୍କ ବଡ ଭାଇଙ୍କୁ ମଧ୍ୟ ମାଓବାଦୀ ମାନେ ପୋଲିସ ଇନଫର୍ମର ସନ୍ଦେହରେ ହତ୍ୟା କରିଥିଲେ । ସୁକୁମା ଜିଲ୍ଲାର ଜାଗରକୋଣ୍ଡା ଥାନା ଅନ୍ତର୍ଗତ ପୂବର୍ତ୍ତୀ ଗାଁର ଦଶମ ଶ୍ରେଣୀ ଛାତ୍ର ସୋୟାମ ଶଙ୍କର ପୋଲିସର ସୂଚନାଦାତା ବୋଲି ଅଭିଯୋଗ କରି ନକ୍ସଲ ମାନେ ଅତି ନିର୍ମମ ଭାବେ ତାଙ୍କୁ ପିଟି ପିଟି ହତ୍ୟା କରିଛନ୍ତି । 

ସପ୍ତାହ ପୂର୍ବରୁ ମାଓବାଦୀ ମାନେ ଶଙ୍କରଙ୍କ ଭାଇ ସୋୟାମ ଦୁର୍ଭା କୁ ଗାଁରେ ଗୋଡ଼ାଇ ବାଡ଼ିରେ ପିଟି ପିଟି ହତ୍ୟା କରିଥିଲେ ।ସୁକୁମା ଏସପି କିରଣ ଚୌହାନ କହିଛନ୍ତି ଯେ ମାଓବାଦୀ ମାନେ ପୋଲିସ ଇନଫର୍ମର ସନ୍ଦେହରେ ସେମାନଙ୍କୁ ହତ୍ୟା କରିଛନ୍ତି । ହେଲେ ସେମାନେ ପ୍ରକୃତରେ ପୋଲିସ ଇନଫର୍ମର ନ ଥିଲେ ବରଂ ଗାଁର ଜଣେ ସାଧାରଣ ଆଦିବାସୀ ଥିଲେ । ଘଟଣା ପରେ ସଂପୃକ୍ତ ଅଞ୍ଚଳରେ ଯୋରଦାର କୁମିଂ ଅପରେସନ ଆରମ୍ଭ ହୋଇଥିବା ନେଇ ସୂଚନା ଦେଇଛନ୍ତି ସୁକୁମା ଏସ୍‌ପି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
10th class | Argus News