Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଜିଲ୍ଲା ମାନ୍ୟତା ଦାବି ନେଇ ୧୨ ଘଣ୍ଟିଆ ଟିଟିଲାଗଡ଼ ବନ୍ଦ

Smruti Parija
Browse all articles by Smruti Parija
·2 years ago
ଜିଲ୍ଲା ମାନ୍ୟତା ଦାବି ନେଇ ୧୨ ଘଣ୍ଟିଆ ଟିଟିଲାଗଡ଼ ବନ୍ଦ

ବଲାଙ୍ଗୀର:  ଟିଟିଲାଗଡ଼ ଜିଲ୍ଲା ମାନ୍ୟତା ଦାବି ନେଇ ଜିଲ୍ଲା କ୍ରିୟାନୁଷ୍ଠାନ କମିଟିର ୧୨ ଘଣ୍ଟିଆ ବନ୍ଦ ଡାକରା । ଜିଲ୍ଲା କ୍ରିୟାନୁଷ୍ଠାନ କମିଟିର ସଭାପତି କୃଷ୍ଣଚନ୍ଦ୍ର ସାହୁଙ୍କ ନେତୃତ୍ୱରେ  ବୁଦ୍ଧିଜୀବୀ ଓ ବିଭିନ୍ନ ରାଜନୈତିକ ଦଳର କାର୍ଯ୍ୟକର୍ତ୍ତା, ବିଭିନ୍ନ ସଂଗଠନର ନେତୃବୃନ୍ଦଙ୍କ ଉପସ୍ଥିତିରେ ବନ୍ଦ ପାଳନ କରାଯାଇଛି । 

ଜିଲ୍ଲା ଦାବି ପ୍ରସଙ୍ଗକୁ ନେଇ ଜୋରଦାର ଆନ୍ଦୋଳନ କରାଯାଇଛି । ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ  ଦୋକାନ ବଜାର, ଶିକ୍ଷା ଅନୁଷ୍ଠାନ, ସରକାରୀ ଓ ବେସରକାରୀ ଅନୁଷ୍ଠାନ ଓ ବିଭିନ୍ନ ପ୍ରତିଷ୍ଠାନ ମଧ୍ୟ ବନ୍ଦ ରହିଛି l ଦୀର୍ଘ ୩୦ ବର୍ଷ ହେବ  ଟିଟିଲାଗଡ଼କୁ ଜିଲ୍ଲା ମାନ୍ୟତା ଦାବିକୁ ନେଇ ଆନ୍ଦୋଳନ ଜୋର ଧରି ଥିବାବେଳେ ରାଜ୍ୟ ସରକାର ଭୁଆଁ ଵୁଲେଇ ଚାଲୁ ଥିବା ନେଇ ଅଭିଯୋଗ ହୋଇଛି ।

ଆହୁରି ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
12-hr-titlagarh-bandh- | Argus News