Videos
|
Odisha

ଏକାଥରେ ଅସୁସ୍ଥ ହେଲେ ୧୨ ଛାତ୍ରୀ, ସମସ୍ତ ଛାତ୍ରୀ ଡାକ୍ତରଖାନାରେ ଭର୍ତ୍ତି

Ritu Das
Browse all articles by Ritu Das
·2 years ago·1 min read
ଏକାଥରେ ଅସୁସ୍ଥ ହେଲେ ୧୨ ଛାତ୍ରୀ,  ସମସ୍ତ ଛାତ୍ରୀ ଡାକ୍ତରଖାନାରେ ଭର୍ତ୍ତି

ଅର୍ଗସ ବ୍ୟୁରୋ: ଚାଲିଥିଲା ସ୍କୁଲ୍ , ଏକାଥରେ ଅସୁସ୍ଥ ହେଲେ ୯ମ ଶ୍ରେଣୀ ଓ ଦଶମ ଶ୍ରେଣୀ ରୁ ମିଶାଇ ୧୨ ଛାତ୍ରୀ । ସମସ୍ତ ଛାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଆନନ୍ଦପୁର ଉପଖଣ୍ଡ କେଶଦୁରାପାଳ ଜନମଙ୍ଗଳ ହାଇସ୍କୁଲ ଠାରେ । ପାଖାପାଖି ଦିନ ୧୧ଟା ସୟରେ କ୍ଲାସ୍ ଚାଲିଥିବାବେଳେ ୯ମ ଓ ୧୦ମ ଶ୍ରେଣୀରୁ ଜଣକ ପରେ ଜଣେ ଏମିତି ୧୨ଜଣ ଛାତ୍ରୀ ଅସୁସ୍ଥ ହୋଇପଡିଲେ । 

ଛାତିରେ ଯନ୍ତ୍ରଣା ଅନୁଭବ କରିବା ସହ ନିଃଶ୍ବାସ ନେବାରେ କଷ୍ଟ ଅନୁଭବ ହେବାରୁ ବିଦ୍ୟାଳୟ ଶିକ୍ଷକ ମାନେ ତାଙ୍କୁ ତୁରନ୍ତ ନିକଟସ୍ଥ  କେଶଦୂରପାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି  କରିଥିଲେ। ସେଠାରୁ ପୁଣିଥରେ ସମସ୍ତ ଛାତ୍ରୀଙ୍କୁ ଆମ୍ବୁଲାନ୍ସ ଯୋଗେ ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟ ଠାରେ ଭର୍ତ୍ତି କରାଯାଇଛି l 

ଗତ ଶନିବାର ଦିନ ଠିକ ଏହିଭଳି ଅସୁସ୍ଥ ଅବସ୍ଥାରେ ୨-୩ ଜଣ ଛାତ୍ରୀ ମେଡିକାଲରେ ଭର୍ତ୍ତି ହୋଇ ସୁସ୍ଥ ହେବାପରେ ଘରକୁ ଫେରିଥିବା ଅବିଭାବକ କହିଛନ୍ତି l ପୁନର୍ବାର  ସ୍କୁଲରେ ଏଭଳି ଘଟଣା ପାଇଁ ଚିନ୍ତା ବ୍ୟକ୍ତ କରିଛନ୍ତି ଅଭିଭାବକ । ତେବେ ଛାତ୍ରୀଙ୍କ ସେଭଳି କିଛି ବିଶେଷ ସ୍ବାସ୍ଥ୍ୟଗତ ସମସ୍ୟା ନ ଥିବା କହିଛନ୍ତି ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

 ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

12 students | Argus News