|
logo
Live

Argus News - ଆକ୍ସନ ମୋଡ୍ ରେ ରଣପୁର ଅବକାରୀ ବିଭାଗ

Odisha

ଆକ୍ସନ ମୋଡ୍ ରେ ରଣପୁର ଅବକାରୀ ବିଭାଗ

Smruti Parija
Browse all articles by Smruti Parija
·2 years ago·1 min read
ଆକ୍ସନ ମୋଡ୍ ରେ ରଣପୁର ଅବକାରୀ ବିଭାଗ

ନୟାଗଡ: ନୟାଗଡ ଜିଲ୍ଲା ରଣପୁର ଅଂଚଳରେ ଦିନକୁ ଦିନ ନିଶା କାରବାର ବଢୁଥିବା ବେଳେ ଏବେ ଆକ୍ସନ ମୋଡ଼୍ ରେ ରଣପୁର ଅବକାରୀ ବିଭାଗ । ବିଶେଷ ସୂତ୍ରରୁ ଖବର ପାଇ ରଣପୁର ଅବକାରୀ ଥାନା ଓଏସଆଇ ସୁବାଷ ସେଠୀଙ୍କ ନେତୃତ୍ୱରେ ଏକ ଟିମ୍ ରଣପୁର ବ୍ଲକର ନର୍ସିଙ୍ଗପୁର ଓ ଅମ୍ବାଝରରେ ଚଢ଼ାଉ କରିଥିଲା । ବିପୁଳ ପରିମାଣରେ ମଦ ତିଆରି ସାମଗ୍ରୀ , 135 ଲିଟର ଦେଶୀ ମଦ ଓ ଗୋଟିଏ ବାଇକ ଜବତ କରିବା ସହ 3 ଜଣଙ୍କୁ ଗିରଫ କରିଛି ଅବକାରୀ ପୋଲିସ ।

ଅଭିଯୁକ୍ତମାନେ ହେଲେ ଆମ୍ବାଝର ଗ୍ରାମର ଶରତ ଶ୍ରୀଚନ୍ଦନ ଓ ରାକେଶ ଶ୍ରୀଚନ୍ଦନ, ନର୍ସିଙ୍ଗପୁର ଗ୍ରାମର ଚିତ୍ତରଞ୍ଜନ ସାହୁ । ତେବେ ଜବତ ମଦ ଓ ମଦ ତିଆରି ସାମଗ୍ରୀର ଆନୁମାନିକ ମୂଲ୍ୟ ଏକ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅବକାରୀ ଥାନା ପକ୍ଷରୁ ସୂଚନା ଦିଆଯାଇଛି ।

ଆହୁରି ପଢନ୍ତୁ ଅପରାଧ ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଆକ୍ସନ ମୋଡ୍ ରେ ରଣପୁର ଅବକାରୀ ବିଭାଗ | Argus News