Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାଜ୍ୟରେ ନିଯୁକ୍ତି ପାଇବେ ୧୬,୦୦୯  କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ  

Manini Pattanayak
Browse all articles by Manini Pattanayak
·1 year ago
ରାଜ୍ୟରେ ନିଯୁକ୍ତି ପାଇବେ ୧୬,୦୦୯  କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ  

ଭୁବନେଶ୍ୱର:  ବିଜେପି ସରକାରଙ୍କର ବଡ଼ ପଦକ୍ଷେପ। ରାଜ୍ୟରେ ନିଯୁକ୍ତି ପାଇବେ ୧୬,୦୦୯ ଜଣ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ । ରାଜ୍ୟର ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ସ୍କୁଲରେ ଏମାନେ ନିଯୁକ୍ତ ହେବେ। ଆଜି ଏଥିପାଇଁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ହେବ ନିଯୁକ୍ତି ସମାରୋହ ଓ ନବନିଯୁକ୍ତ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ।

ଏହି କାର୍ଯ୍ୟକ୍ରମରେ ନିଯୁକ୍ତି ପତ୍ର ପ୍ରଦାନ କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ। ଏହି କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
16,09 junior teacher trainees will be recruited in the state | Argus News