କାର୍ ଓ ବାଇକ ଧକ୍କା, ଦୁଇ ଗୁରୁତର
·2 years ago

ଅର୍ଗସ ବ୍ୟୁରୋ: ଜାତୀୟ ରାଜପଥ ନଂ 57 ର ମନମୁଣ୍ଡା ଥାନା ଗୁଦୁଗୁଦା ନିକଟରେ କାର୍ ସହିତ ବାଇକର ମୁହଁlମୁହିଁ ଧକ୍କା ହୋଇଛି। ଫଳରେ ଦୁଇ ବାଇକ ଆରୋହୀ ଗୁରୁତର ଆହତ ହୋଇଥିବା ଜଣାପଡିଛି l ମିଳିଥିବା ସୂଚନା ଅନୁଯାୟୀ, ବାଉଁଶୁଣୀ ଥାନା ବହିରା ଗ୍ରାମର ନବଘନ ନାଏକ ଓ କନ୍ଠା ଗ୍ରାମର ତ୍ରୟମ୍ବକ ମେହେର ଏକ ବାଇକ ଯୋଗେ ମନମୁଣ୍ଡା ପଟରୁ ଘରକୁ ଫେରୁଥିବା ବେଳେ ବିପରିତ ଦିଗରୁ ଆସୁଥିବା ଏକ କାର୍ ସହ ଗୁଦୁଗୁଦା ନିକଟରେ ମୁହଁlମୁହିଁ ଧକ୍କା ହୋଇଥିଲା |
ଉଭୟ ବାଇକ ଆରୋହୀ ଗୁରୁତର ଆହତ ହୋଇଥିଲେ ଓ ବାଉଁଶୁଣୀ ଦମକଳ ବାହିନୀ ସେମାନଙ୍କୁ ଉଦ୍ଧାର କରି ବାଉଁଶୁଣୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ | ପ୍ରାଥମିକ ଚିକିତ୍ସା ପରେ 108 ଆମ୍ବୁଲାନ୍ସ୍ ଯୋଗେ ଉଭୟ ଗୁରୁତରଙ୍କୁ ସୋନପୁର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି |
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: