Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News -  ଗାଁ ନାଳରେ ବୁଡି ୨ଭଉଣୀଙ୍କ ମୃତ୍ୟୁ 

Odisha

 ଗାଁ ନାଳରେ ବୁଡି ୨ଭଉଣୀଙ୍କ ମୃତ୍ୟୁ 

Manini Pattanayak
Browse all articles by Manini Pattanayak
·1 year ago·1 min read
 ଗାଁ ନାଳରେ ବୁଡି ୨ଭଉଣୀଙ୍କ ମୃତ୍ୟୁ 

ଯାଜପୁର:  ଗାଁ ନାଳରେ ବୁଡି ସମ୍ପର୍କୀୟ ୨ଭଉଣୀଙ୍କ ମୃତ୍ୟୁ । ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅନ୍ତର୍ଗତ ରାହାସ ଗୁହାଳି ଗାଁ ହନୁମନ୍ତିଆ ଗଣ୍ଡରେ ଘଟିଛି ଏଭଳି ଅଘଟଣ। ମୃତ ଦୁଇ ଭଉଣୀ ହେଲେ ଗୋପ ମଲ୍ଲିକଙ୍କ ଝିଅ ମୋହିନୀ କୁମାରୀ ମଲ୍ଲିକ ଓ ପ୍ରଶାନ୍ତ ମଲ୍ଲିକଙ୍କ ଝିଅ ସ୍ବର୍ଣ୍ଣପ୍ରଭା ମଲ୍ଲିକ । ସୂଚନା ମୁତାବକ ରାହାସ ଗୁହାଳି ଗାଁ ନାଳ ର ହନୁମନ୍ତିଆ ଗଣ୍ଡରେ ଦୁଇ ଭଉଣୀ ଗାଧେଇବା କୁ ଯାଇଥିବା ବେଳେ କୌଣସି କାରଣରୁ ଗୋଡ଼ ଖାସି ଯିବାରୁ ବୁଡ଼ି ଯାଇଥିଲେ ।

ସ୍ଥାନୀୟ ଲୋକେ ଦୀର୍ଘ ସମୟ ଧରି ଖୋଜା ଖୋଜି କରିବା ପରେ ଉଭୟଙ୍କୁ ଉଦ୍ଧାର କରି ବିଂଝାରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ । ଅଳକୁଣ୍ଡ ପୋଲିସ ମୃତ ଶରୀରକୁ ଜବତ କରି ବ୍ୟବଛେଦ ପାଇଁ ଜିଲା ମୁଖ୍ୟ ଚିକିସ୍ଛାଳୟ ପଠାଇ ତଦନ୍ତ ଆରମ୍ଭ କରିଛି। 

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
2 sisters died after drowning in the village drain | Argus News