Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ମୂର୍ତ୍ତି ବିସର୍ଜନ ବେଳେ ବୁଡିଗଲେ ୨ଜଣ ଛାତ୍ର

Odisha

ମୂର୍ତ୍ତି ବିସର୍ଜନ ବେଳେ ବୁଡିଗଲେ ୨ଜଣ ଛାତ୍ର

Rashmita Mishra
Browse all articles by Rashmita Mishra
·1 year ago·1 min read
ମୂର୍ତ୍ତି ବିସର୍ଜନ ବେଳେ ବୁଡିଗଲେ ୨ଜଣ ଛାତ୍ର

ଅର୍ଗସ ବ୍ୟୁରୋ: ବାରିପଦା ସହର ଉପକଣ୍ଠ କାଠପାଳ ବନ୍ଧରେ ବୁଡି ୨ଜଣ ଯୁକ୍ତ ଦୁଇ ବିଜ୍ଞାନ ଦ୍ୱିତୀୟ ବର୍ଷ ଛାତ୍ର ନିଖୋଜ ଥିବା ଜଣାପଡିଛି। ମଞ୍ଚାବନ୍ଧା ସ୍ଥିତ ଏକ ଘରୋଇ ଆବସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଏହି ଛାତ୍ର ଦୁଇଜଣ ମଙ୍ଗଳବାର ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବା ବେଳେ ଅଘଟଣ ଘଟିଛି। ନିଖୋଜ ଦୁଇ ଜଣ ହେଲେ ବାଦାମପାହାଡ଼ ଅଞ୍ଚଳର ଭଣ୍ଡନ ଗ୍ରାମର ଠାକୁର ସୋରେନ ଓ ଟାଟୋ ଅଞ୍ଚଳର ବଡ଼ଗାଁ ଗ୍ରାମର ଭାଗ୍ୟ ପ୍ରକାଶ ପାତ୍ର। ସେମାନେ ହଷ୍ଟେଲରେ ରହି ପାଠ ପଢୁଥିଲେ। ୨ଜଣ ଛାତ୍ରୀଙ୍କ ଶରୀର ଅସୁସ୍ଥ ପାଇଁ ହଷ୍ଟେଲ ଦାୟିତ୍ୱରେ ଥିବା ଶିକ୍ଷକ ସେମାନଙ୍କୁ ଡାକ୍ତରଖାନା ନେଇ ଯାଇଥିବା ବେଳେ ଛାତ୍ରମାନେ ମୂର୍ତ୍ତି ବିସର୍ଜନ ପାଇଁ ବନ୍ଧକୁ ଯାଇଥିଲେ। ଏହି ଛାତ୍ର ଦୁଇଜଣ ସାଙ୍ଗମାନଙ୍କ ସହିତ ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବା ବେଳେ ଅଘଟଣ ଘଟିଛି ।ତେବେ ମୂର୍ତି ଭସାଇବା ବେଳେ ଭାଗ୍ୟ ପ୍ରକାଶ ଅସାବଧାନତା କାରଣରୁ ପାଣିରେ ବୁଡି ଯାଇଥିଲେ। ତାଙ୍କୁ ଉଦ୍ଧାର କରିବା ପାଇଁ ଠାକୁର ପାଣିରେ ପଶି ଯାଇଥିଲେ। ଲଘୁଚାପ ଜନିତ ବର୍ଷା ପାଇଁ ଅଧିକ ପାଣି ଥିବାରୁ ଦୁଇ ଜଣ ଭାସି ଯାଇଛନ୍ତି। ଘଟଣା ସ୍ଥଳରେ ବାରିପଦା ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର ପାଇଁ ଉଦ୍ୟମ ଜାରି ରଖିଛନ୍ତି।


 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
2 students drowned while disposing of idols | Argus News