Drinking Water / ୨୦୨୭ ମାର୍ଚ୍ଚ ସୁଦ୍ଧା ସବୁ ଗାଁ’କୁ ପାଇପ୍ ପାଇଁ ଯୋଗାଇବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
·7 months ago·2 min read

Key Points
ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର
ସମୀକ୍ଷା
ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
୨୦୨୭ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ପାଇପ୍ ପାଣି ଯୋଗାଣ ପାଇଁ ନିର୍ଦ୍ଦେଶ

୨୦୨୭ ମାର୍ଚ୍ଚ ସୁଦ୍ଧା ସବୁ ଗାଁ’କୁ ପାଇପ୍ ପାଇଁ ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ। ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ମିଶନ୍ ମୋଡ୍ରେ ଜଳ ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ ଦେଇଛନ୍ନିତି କଡ଼ା ନିର୍ଦ୍ଦେଶ। ସେପଟେ ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ପାଇଁ ହୋଇଛି ୫୪ ହଜାର କୋଟିର ହେଲା ଯୋଜନା।
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଗ୍ରାମୀଣ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ୨୦୨୭ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସବୁ ଗ୍ରାମକୁ ପାଇପ୍ ଜଳ ଯୋଗାଣ ସୁବିଧା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାକୁ ମିଶନ୍ ମୋଡ୍ରେ କାର୍ଯ୍ୟକାରୀ କରି ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଯେପରି ସମସ୍ତ ଗ୍ରାମଗୁଡ଼ିକୁ ପାନୀୟ ଜଳ ସୁବିଧା ଯୋଗାଇ ଦିଆଯିବ ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ବିଭାଗକୁ ପରାମର୍ଶ ଦେଇଛନ୍ତି । ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ପ୍ରତି ବିଶେଷ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ଗୁରୁତ୍ୱାରୋପ କରିଥିଲେ ।
ବୈଠକରୁ ଜଣାଯାଇଛି ଯେ, ବର୍ତ୍ତମାନ ରାଜ୍ୟର ୪୬, ୫୩୧ ଟି ଗ୍ରାମ ମଧ୍ୟରୁ ୨୧, ୭୨୧ ଟି ଗ୍ରାମରେ ପାଇପ ଜଳ ଯୋଗାଣ ବ୍ୟବସ୍ଥା ଉପଲବ୍ଧ ଅଛି । ଏହା ସହିତ ସୌରଶକ୍ତି, ମେଗା ପାନୀୟ ଜଳ ପ୍ରକଳ୍ପ ଆଦି ବିଭିନ୍ନ ପ୍ରକଳ୍ପ ଗୁଡ଼ିକ ନିର୍ମାଣାଧୀନ ଅଛି । ସମସ୍ତ ପ୍ରକଳ୍ପ ଗୁଡ଼ିକୁ ଯଥାଶୀଘ୍ର ସମ୍ପୂର୍ଣ୍ଣ କରି ୨୦୨୭ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସମସ୍ତ ଗ୍ରାମକୁ ପାଇପ ଜଳ ଯୋଗାଣ ବ୍ୟବସ୍ଥା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି ।
ପଢ଼ନ୍ତୁ ଏହି ଖବର: ସରକାରୀ ଅଫିସ୍ରେ ପାନ-ଗୁଟଖା ମନା, ନିୟମ ଭାଙ୍ଗିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ସୂଚନାଯୋଗ୍ୟ ଯେ, ଓଡ଼ିଶାରେ ପାଇପ ପାଣି ବ୍ୟବସ୍ଥା ସମ୍ପୂର୍ଣ୍ଣ କରିବା ପାଇଁ ରାଜ୍ୟ ସରକାର ୫୪ ହଜାର କୋଟି ଟଙ୍କାର ଯୋଜନା କରିଛନ୍ତି । ତନ୍ମଧ୍ୟରୁ ଜଳ ଜୀବନ ମିଶନ୍ ଯୋଜନାରେ ୩୨, ୧୨୮ କୋଟି ଟଙ୍କାର ପ୍ରାବଧାନ ରହିଥିବା ବେଳେ ଅବଶିଷ୍ଟ ୨୧, ୧୦୯ କୋଟି ଟଙ୍କା ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ଯୋଗାଇ ଦେଉଛନ୍ତି ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ବୈଠକରୁ ଆହୁରି ମଧ୍ୟ ଜଣାଯାଇଛି ଯେ, ୨୦୧୭ରୁ ୧୨ ଜୁନ ୨୦୨୪ ମଧ୍ୟରେ ରାଜ୍ୟରେ ୩ଟି ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଜୁନ ୨୦୨୪ରୁ ବର୍ତ୍ତମାନ ସୁଦ୍ଧା ୨୩ଟି ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି । ସେହିଭଳି, ଜୁନ ୨୦୨୪ ପରେ ବର୍ତ୍ତମାନ ପର୍ଯ୍ୟନ୍ତ ଅର୍ଥାତ୍ ମାତ୍ର ୨୦ ମାସ ମଧ୍ୟରେ ରାଜ୍ୟରେ ୨, ୯୫୧ଟି ଏକକ ଗ୍ରାମ ପ୍ରକଳ୍ପ (Single Village Project), ୨, ୭୦୨ଟି ସୌର ଶକ୍ତି ପାନୀୟ ଜଳ ପ୍ରକଳ୍ପ, ଏବଂ ୨୬, ୧୩୭ଟି ନଳକୂପ ସ୍ଥାପିତ ହୋଇଛି ।
Related Topics
Explore more stories