Videos
|
Odisha

ଆଜିଠୁ ୨୧ ଦିନ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନଯାତ୍ରା

Smruti Parija
Browse all articles by Smruti Parija
·2 years ago·1 min read
ଆଜିଠୁ ୨୧ ଦିନ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନଯାତ୍ରା

ପୁରୀ:  ବୈଶାଖ ଶୁକ୍ଳ ତୃତୀୟା ବା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ଅର୍ଥାତ୍ ସ୍ନାନପୂର୍ଣ୍ଣିମା ପୂର୍ବ ଦିନ ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଚନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଥାଏ । ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ସରିବା ପରେ ପରବର୍ତ୍ତୀ ୨୧ ଦିନ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନଯାତ୍ରା ରୂପେ ପାଳିତ ହୋଇଥାଏ । ତେବେ ଆଜିଠାରୁ ଶ୍ରୀଜୀଉ ମାନଙ୍କର ଭିତର ଚନ୍ଦନ ଆରମ୍ଭ ହୋଇଛି । 


ଏହି ୨୧ ଦିନ ମହାପ୍ରଭୁଙ୍କର ଚନ୍ଦନ ଓ ଆଲଟ ଲାଗି କରାଯିବ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଯାତ ଭୋଗ ସରିବା ପରେ ଭିତର ଚନ୍ଦନ ଯାତ୍ରା ନୀତି କରାଯାଇଥାଏ । ଜ୍ୟେଷ୍ଠ କୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳ ଶଷ୍ଠୀ ଓ ରୁକ୍ମିଣୀ ହରଣ ଏକାଦଶୀରେ ଶ୍ରୀମନ୍ଦିର ଭିତରେ ଥିବା ଜଳକ୍ରୀଡ଼ା ମଣ୍ତପରେ ଠାକୁରଙ୍କ ଜଳକ୍ରୀଡ଼ା ନୀତି ଅନୁଷ୍ଠିତ ହେବାର ପରମ୍ପରା ରହିଛି ବୋଲି କହିଛନ୍ତି ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକ । 

ଆହୁରି ପଢନ୍ତୁ ଓଡିଶା ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
21-days-of-chandan-yatra-from-today-onwards-inside-shreemandir | Argus News