Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି କ'ଣ କହୁଛି ଆପଣଙ୍କ ରାଶିଫଳ...

Smruti Parija
Browse all articles by Smruti Parija
·1 year ago·3 min read
ଆଜି କ'ଣ କହୁଛି ଆପଣଙ୍କ ରାଶିଫଳ...

Key Points

ଘରୁ ବାହାରିବା ପୂର୍ବରୁ ଦେଖିନିଅନ୍ତୁ ଆପଣଙ୍କ ରାଶିଫଳ

ମେଷ-


ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସାମ୍ନା କରିବା ପରିସ୍ଥିତି ସୃଷ୍ଟି ହୋଇପାରେ। ପ୍ରତିରୋଧ ଲାଗି କେତେକ କାମ ଅଟକିଯିବାରୁ ଟେନସନ୍ ଲାଗିରହିବ। ଆଜିର ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ ଓ ବନ୍ଧୁଙ୍କ ସହ ଆଲୋଚନା ପାଇଁ ଦିନଟି ଭଲ।ଅର୍ଥ ସଙ୍କଟ ଯୋଗୁ କାମରେ ବାଧା ସୃଷ୍ଟି ହୋଇପାରେ ।


ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର - ଅଟାରେ ଚିନି ମିଶାଇ ରୁଟି ତିଆରି କରି ଲାଲ୍ କୁକୁରକୁ ଖାଇବାକୁ ଦିଅନ୍ତୁ


ବୃଷ- କେତେକ କ୍ଷେତ୍ରରେ ଠିକ ସିନ୍ଧାନ୍ତ ନେଇ ପାରିବେ ନାହିଁ । ସନ୍ତାନ ହେତୁ ମାନସିକ ଆଘାତ ପାଇପାରନ୍ତି । ଟଙ୍କା ପଇସା ସମ୍ପର୍କିତ ଝାମେଲାର ସମ୍ମୁଖୀନ ହେବେ ।ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି, ଏଣୁ ସତର୍କ ରହିବା ଭଲ । ଆଇନ, ଅଦାଲତ, କଳା ସାହିତ୍ୟ, କ୍ରୀଡା କ୍ଷେତ୍ର ମନ୍ଦ ହେବନି ।


ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ


ମିଥୁନ- କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସହଯୋଗର ପ୍ରତିଶ୍ରୁତି ଦେବେ। ଅର୍ଥାଭାବ ଯୋଗୁ ବିଚଳିତ ହେବେ।ପ୍ରଶାସନ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ଶୁଭଫଳ ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଲାଗିରହିଥିଲେ ମଧ୍ୟ ବିଶେଷ ଖରାପ ହେବନାହିଁ।


ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ କର୍କଟ- ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବା ସହ ସାମାଜିକ ସ୍ଥିତି, ମାନ ସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ବିଦ୍ୟା ଅଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ପାଇବେ । ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ ।


ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ


ସିଂହ- ମନରେ ବିଭିନ୍ନ ଅଶାନ୍ତି ଓ ଦ୍ୱନ୍ଦ୍ୱ ରହିଥିଲେ ମଧ୍ୟ ମୁହଁଖୋଲି କିଛି କହିପାରିବେନାହିଁ। ବନ୍ଧୁ ପରିଜନ ତଥା ଆତ୍ମୀୟମାନଙ୍କ ସହ ଦୂରଯାତ୍ରା କରିବାକୁ ମନସ୍ଥ କରିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟ ପାଇଁ ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିବ। ଆର୍ଥିକ ସ୍ଥିତି ପୂର୍ବପରି ରହିବ ଓ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧିପାଇବ।


ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ


କନ୍ୟା- କର୍ମ କ୍ଷେତ୍ରରେ ସମସ୍ୟା ରହିଥିଲେ ମଧ୍ୟ ଅବସ୍ଥା ଦେଖି ବ୍ୟବସ୍ଥା କରନ୍ତୁ । ପରିବାର ସଦସ୍ୟ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଭୁଲ ବାଟରେ ପରିଚାଳିତ ହୋଇପାରନ୍ତି । ରାଜନୀତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସହ ଯୋଗସୂତ୍ର ସ୍ଥାପନ କରି କାର୍ଯ୍ୟ ହାସଲ କରିବେ । ଅଫିସରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବାରୁ ବ୍ୟସ୍ତତା ଅନୁଭବ କରିପାରନ୍ତି ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର -ବୁଧଙ୍କର ମନ୍ତ୍ର ପାଠ କରନ୍ତୁ


ତୁଳା- କର୍ମକ୍ଷେତ୍ରରେ ସାଧାରଣ ଯୁକ୍ତତର୍କ ବିବାଦର ରୂପ ଗ୍ରହଣ କରିବ। କାର‌୍ୟ୍ୟବ୍ୟସ୍ତ ଯୋଗୁ ମଜା ମଉଜ କରିବାକୁ ଅବସର ପାଇବେ ନାହିଁ। ସମ୍ପର୍କୀୟଙ୍କ ଭଲ କରିବାକୁ ଯାଇ ନିଜକୁ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ପ୍ରତ୍ୟେକ କଥାକୁ ସହଜ, ସରଳ ଢଙ୍ଗରେ ଗ୍ରହଣକଲେ କ୍ଷତିରେ ପଡ଼ିପାରନ୍ତି।


ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ


ବିଛା- ପରିବାରରେ ଭୁଲ ବୁଝାମଣା ହେତୁ କଳହ ଲାଗିପାରେ । ବିଦ୍ୟାର୍ଥୀ ମାନେ ଅଦ୍‌ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ପ୍ରଶାସନିକ , ପରିବହନ, ବ୍ୟବସାୟ, ନିର୍ମାଣ ଓ ଆଲୋଚନା କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେବେ । ବିଭିନ୍ନ ଦିଗରୁ ଅର୍ଥ ପାଇଲେ ମଧ୍ୟ ତାହା ନିଜର ଅବହେଳାରୁ ଅନ୍ୟ ବାଟରେ ବ୍ୟୟ ହେବ ।


ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ


ଧନୁ- ଯେଉଁ କାମରେ ଯାତ୍ରା କରୁଛନ୍ତି ସେଥିରେ ଅସୁବିଧା ହେବ ନାହିଁ। ଭୁଲ୍ ବୁଝାମଣା ବୃଥା ସନ୍ଦେହଜନିତ ପାରିବାରିକ କ୍ଷେତ୍ର ଅସନ୍ତୁଳିତ ରହିବ। ରାଜନୈତିକ କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ ଗୋପନୀୟ କଥା ପ୍ରଘଟ ହେବା କାରଣରୁ ଚିନ୍ତିତ ରହିବେ।


ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ


ମକର- ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ । ଗଠନ ମୂଳକ କିମ୍ବା ସାମୂହିକ କାମରେ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ ।


ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ


କୁମ୍ଭ- ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ସମ୍ପର୍କୀୟଙ୍କୁ ସାହାଯ୍ୟ କରି ଆମତ୍ସନ୍ତୋଷ ଲାଭ କରିବେ। ଅଫିସ୍ ସମ୍ବନ୍ଧୀୟ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସରକାରୀ ଦପ୍ତରରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।


ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ


ମୀନ- ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ । ସତର୍କତା ଅଭାବରୁ ଜିନିଷପତ୍ର ହଜିଯିବା ସମ୍ଭାବନା ରହିଛି । ସମସ୍ୟା ସମାଧାନ ସକାଶେ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି । କଳା , ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।


ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ମା ତାରାଙ୍କର ପୂଜା କରନ୍ତୁ

Sponsored
29-may-horoscope | Argus News