ବଜେଟ୍ ଅଧିବେଶନର ୨ୟ ଦିନରେ ଜାରି ରହିଛି ବିଧାନସଭା
·2 years ago·1 min read

ଅର୍ଗସ ବ୍ୟୁରୋ : ବଜେଟ୍ ଅଧିବେଶନର ୨ୟ ଦିନରେ ଜାରି ରହିଛି ବିଧାନସଭା । ଗୃହରେ ରହିଛି ବିଭିନ୍ନ ବିଭାଗର ପ୍ରଶ୍ନକାଳ । ଆଜି ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଛି । ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ, ପର୍ଯ୍ୟଟନ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଅବକାରୀ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ସୂଚନା ଓ ଲୋକସମ୍ପର୍କ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରଶ୍ନକାଳ ରହିଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ସେହିପରି ଶୂନ୍ୟକାଳରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠିପାରେ । କଂଗ୍ରେସ ପକ୍ଷରୁ ମୁଲତବି ପ୍ରସ୍ତାବ ମଧ୍ୟ ଆସିପାରେ । ଏହାସହ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଗୃହରେ ଆଲୋଚନା ହେବ । ସ୍ୱଳ୍ପ ଦିବସର ଅଧିବେଶନରେ ମୁଖ୍ୟ ବିରୋଧୀ ବିଜେପି ଓ କଂଗ୍ରେସ ଶାସକ ଦଳକୁ ଗୃହରେ ଘେରିବା ପାଇଁ ରଣନୀତି କରିଛନ୍ତି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: