Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ୩ ଜଣଙ୍କ ଜୀବନ

Odisha

ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ୩ ଜଣଙ୍କ ଜୀବନ

Banajyotshna Ray
Browse all articles by Banajyotshna Ray
·2 years ago
ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ୩ ଜଣଙ୍କ ଜୀବନ

ଅର୍ଗସ ବ୍ୟୁରୋ: ରାଇକିଆ ଥାନା ଅନ୍ତର୍ଗତ ମଣ୍ଡାକିଆ ନିକଟ ବୁଡାମାହା ବ୍ରିଜରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ସ୍କୁଟିରେ ଥିବା  ୩ ଜଣଙ୍କ ମୃତ୍ୟୁ ଘଟିଛି।  ବିଳମ୍ବିତ ରାତି ପ୍ରାୟ ୨ଟାରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ସକାଳୁ ଗ୍ରାମବାସୀ ମାନେ ଦୁର୍ଘଟଣା ସମ୍ପର୍କରେ ଜାଣିବା ପରେ ପୋଲିସ କୁ ସୂଚନା ଦେଇଥିଲେ।  ଘଟଣା ସ୍ଥଳରେ ରାଇକିଆ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି l ମୃତକ ହେଲେ ବିରିକୋଟ ଗ୍ରାମର ବସନ୍ତ ପଣ୍ଡା (୩୦), ବେରେଡ଼ାକିଆ ଗ୍ରାମର  କୁଶଳ ଦିଗାଲ (୨୫), କାଜୁରୀନାଜୁ ଗ୍ରାମର ବ୍ରହ୍ମାନନ୍ଦ ଭୋଇ (୨୫)। ରାଇକିଆ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର କୁ ନେଇଛନ୍ତି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
3 dead in accident | Argus News