Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆସିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

Banajyotshna Ray
Browse all articles by Banajyotshna Ray
·1 year ago·1 min read
ଆସିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଅର୍ଗସ ବ୍ୟୁରୋ: ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟରେ 18 ଲକ୍ଷ 1 ହାଜର 193 ଜଣ ମହିଳାଙ୍କ ପାଖକୁ ଗଲା ଟଙ୍କା । ମହିଳାଙ୍କୁ 9 ଶହ କୋଟି 59 ଲକ୍ଷ 65 ହାଜର ଟଙ୍କା ବାଣ୍ଟିଲେ ରାଜ୍ୟ ସରକାର । ରିମୋଟ ଚିପି ହିତାଧିକାରୀଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ।

ସୂଚନାଯୋଗ୍ୟ, ପୂର୍ବରୁ ୩.୩୮ ଲକ୍ଷ ହିତାଧିକାରୀଙ୍କ NPCI କ୍ଲିୟରାନ୍ସ ସମସ୍ୟା ଥିଲା । ସେମାନଙ୍କ ମଧ୍ୟରୁ ୬୮ ହଜାର ମହିଳାଙ୍କର ସମସ୍ୟା ସମାଧାନ ହୋଇଛି । ବାକି ଯେଉଁମାନଙ୍କର ସମସ୍ୟା ରହିଛି, ସେମାନଙ୍କୁ ବ୍ୟାଙ୍କ ଯିବାକୁ ପଡ଼ିବ । ଏହାସହ ଯେଉଁମାନେ NPCIରେ ରହିଯିବେ ସେମାନଙ୍କୁ ମାର୍ଚ୍ଚ ୮ ତାରିଖ ସୁଦ୍ଧା ଯୋଡ଼ାଯିବ ବୋଲି ସୂଚନା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମାର୍ଚ୍ଚ ୮ରେ ଯେଉଁମାନେ ଯୋଡି ହେବେ ସେମାନେ ଉଭୟ ପ୍ରଥମ କିସ୍ତି ଓ ଦ୍ବିତୀୟ କିସ୍ତିର ଟଙ୍କା ପାଇବେ ବୋଲି କହିଥିଲେ ଉପମୁଖ୍ୟମନ୍ତ୍ରୀ ।



Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
4th installment of Subhadra rupees has arrived | Argus News