|
logo
Live

Argus News - 5 ଟାରୁ ରାତି 10 ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ

Odisha

5 ଟାରୁ ରାତି 10 ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ

Manini Pattanayak
Browse all articles by Manini Pattanayak
·2 years ago·1 min read
5 ଟାରୁ ରାତି 10 ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ

ପୁରୀ: ଆଜି ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ 5 ଟା ଠାରୁ ରାତି 10 ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ  ସୂଚନା ମିଳିଛି । ଦଇତାପତି ସେବାୟତଙ୍କ ଏହା ଗୋଷ୍ଠୀଗତ ସେବା ହୋଇଥିବା ବେଳେ ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ଵାର ବନ୍ଦ ରହିବ। ଓ ଦଇତାପତି ସେବାୟତ ମାନେ ତିନି ଭାଗରେ ବିଭକ୍ତ ହୋଇ ରତ୍ନସିଂହାସନ ଉପରେ ଚଢି ମହାପ୍ରଭୁଙ୍କ ଏହି ଗୁପ୍ତ ସେବା କରିଥାନ୍ତି ।

ଦ୍ଵିପହର ଧୂପ ସରିବାପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ପଇତାଲାଗି କରିବେ। ପ୍ରାୟ ୫ ଘଣ୍ଟା ଧରି ଏହି ନୀତି ଚାଲିବା ଯୋଗୁଁ ସର୍ବସାଧାରଣଙ୍କର ଦର୍ଶନ ବନ୍ଦ ରହିବ। ଏହି ନୀତି ସମ୍ପୂର୍ଣ୍ଣ ହେବାପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବା ପରେ ଶ୍ରଦ୍ଧାଳୁମାନେ ଶ୍ରୀଜୀଉମାନଙ୍କୁ ଦର୍ଶନ କରିପାରିବେ। ବର୍ଷକୁ ପ୍ରାୟ ଦୁଇଥର ଓ ଆବଶ୍ୟକ ପଡିଲେ ତିନିଥର ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୋଇଥାଏ।  

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
5 ଟାରୁ ରାତି 10 ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ | Argus News