Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ

Manini Pattanayak
Browse all articles by Manini Pattanayak
·1 year ago
ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ବିଜାପୁର ଜିଲ୍ଲାରେ ଆଇଇଡି ବିସ୍ଫୋରଣ। ବିସ୍ଫୋରଣରେ ୫ ଯବାନ ଆହତ। ଆଜି ସକାଳୁ ଚିନ୍ନାଗେଲୁର ସିଆରପିଏଫ୍ କ୍ୟାମ୍ପରୁ ଯବାନମାନେ ଏରିଆ ଡୋମିନେସନ ପାଇଁ ଯାଇଥିଲେ। ତର୍ରେମ ଥାନା ଅଞ୍ଚଳରେ ନକ୍ସଲମାନେ ଖଞ୍ଜିଥିବା ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ ହୋଇଥିବା ସୂଚନା ମିଳିଛି।  

ଆହାତ ଯବାନ ମାନଙ୍କୁ ପ୍ରାଥମିକ ଉପଚାର ପରେ ବିଜାପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ନକ୍ସଲଙ୍କ ଦ୍ବାରା ଖଞ୍ଜା ଯାଇଥିବା ଆଇଇଡି ସଂସ୍ପର୍ଶରେ କେବଳ ପୁଲିସ କିମ୍ବା ସୁରକ୍ଷାବାହିନୀର ଯବାନଙ୍କୁ କ୍ଷତି ହେଉନାହିଁ ବଂର ସାଧାରଣ ଲୋକ ମଧ୍ୟ ଏହାର ଶିକାର ହେଉଛନ୍ତି। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
5 jawans injured in IED blast, | Argus News