ସୁନ୍ଦରଗଡ଼ ଦୁର୍ଘଟଣାରେ ୫ଜଣଙ୍କ ମୃତ୍ୟୁ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
·2 years ago

ଅର୍ଗସ ବ୍ୟୁରୋ: ଆଜି ସୁନ୍ଦରଗଡ ଜିଲ୍ଲାର ଟାଙ୍ଗର ମୁଣ୍ଡା ନିକଟରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ବ୍ୟକ୍ତି ପ୍ରାଣ ହରାଇଥିଲେ। ଏହି ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।
ଏହି ଦୁର୍ଘଟଣାରେ ଆହତଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୃତାହତ ସମସ୍ତ ବ୍ୟକ୍ତି ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣାପଡିଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: