Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

50 ଭରି ସୁନା ଅଳଙ୍କାର ଲୁଟି ନେଇଛନ୍ତି ଦୁର୍ବୃତ୍ତ

Banajyotshna Ray
Browse all articles by Banajyotshna Ray
·1 year ago
50 ଭରି ସୁନା ଅଳଙ୍କାର ଲୁଟି ନେଇଛନ୍ତି ଦୁର୍ବୃତ୍ତ

ଅର୍ଗସ ବ୍ୟୁରୋ:  ପୂର୍ବତନ ଚିଫ୍ ସାଇଣ୍ଟିଷ୍ଟ ନାରାୟଣ ପରିଡ଼ାଙ୍କ ଘରୁ ଲୁଟ୍ । ଭୁବନେଶ୍ୱର ଉପକଣ୍ଠ ଗୋଠପାଟଣା ସ୍ଥିତ ଘରୁ ବଡ଼ ଧରଣର ଲୁଟ୍ । 50 ଭରି ସୁନା ଅଳଙ୍କାର ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଘରେ ସମସ୍ତେ ୟୁରୋପ ଯାଇଥିବାବେଳେ ଏହାର ସୁଯୋଗ ନେଇ ଘରର କବାଟ ଭାଙ୍ଗି କଳାକନା ବୁଲାଇଲେ ଦୁର୍ବୃତ୍ତ । ଘଟଣାସ୍ଥଳରେ ଚନ୍ଦକା ଥାନା ପୋଲିସ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛି । ଏହାସହ ପୋଲିସ ଅଧିକ ତଦନ୍ତ ଜାରି ରଖିଛି। ଦିନକୁ ଦିନ ଚୋରୀ ଘଟଣା ବଢ଼ିଚାଲିଥିବାବେଳେ ଏହାକୁ ବନ୍ଦ କରିବା ଆବଶ୍ୟକ ହୋଇପଡୁଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored