Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସରିଛି ୭୦ ହଜାର ଲୋକଙ୍କ ଡେଙ୍ଗୁ ପରୀକ୍ଷା

Odisha

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସରିଛି ୭୦ ହଜାର ଲୋକଙ୍କ ଡେଙ୍ଗୁ ପରୀକ୍ଷା

Swayangprajna Mishra
Browse all articles by Swayangprajna Mishra
·1 year ago·1 min read
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସରିଛି ୭୦ ହଜାର ଲୋକଙ୍କ ଡେଙ୍ଗୁ ପରୀକ୍ଷା

ଅର୍ଗସ ବ୍ୟୁରୋ : ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୦ ହଜାର ଲୋକଙ୍କ ଡେଙ୍ଗୁ ପରୀକ୍ଷା କରାଯାଇଛି । ଚିହ୍ନଟ ହେଲେଣି ୨ ହଜାର ୭୫୯ ଜଣ ଡେଙ୍ଗୁ ରୋଗୀ । ସୁନ୍ଦରଗଡ଼ରୁ ସର୍ବାଧିକ ୮୬୫ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ଏହାପଛକୁ ଖୋର୍ଦ୍ଧାରେ ୮୩୭ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ କେବଳ ଭୁବନେଶ୍ୱରରେ ୫୦୦ ରୁ ଅଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । 

ଅଧିକ ପଢନ୍ତୁ : ଗତବର୍ଷ ଅପେକ୍ଷା ରାଜ୍ୟରେ ଡେଙ୍ଗୁ କେସ ୧୦୦ ରୁ ୧୫୦ ଅଧିକ ରହିଛି

ବର୍ଷା ଶୀଘ୍ର ଆସିଥିବାରୁ ଡେଙ୍ଗୁ କେସ ବଢିବାର ସମ୍ଭାବନା ରହିଥାଏ । କିନ୍ତୁ ଏଥର ଆଗୁଆ ପଦକ୍ଷେପ ମଧ୍ୟ ନିଆଯାଇଛି । ଚଳିତ ବର୍ଷ ଭୁବନେଶ୍ୱରରେ ବର୍ଷ ଆରମ୍ଭରୁ ବର୍ତ୍ତମାନ ପର୍ଯ୍ୟନ୍ତ ୯୯ ଡେଙ୍ଗୁ ଚିହ୍ନଟ ହୋଇଥିଲେ । ବିଭିନ୍ନ ପ୍ରକାର ପଦକ୍ଷେପ ଡେଙ୍ଗୁ ନ ବଢିବା ପାଇଁ ନିଆଯାଇଛି ।ଘରକୁ ଘର ବୁଲି ସର୍ଭେ କରିବା ସହ ଟିମ୍ ବୁଲି ଯାଞ୍ଚ କରୁଛି କେଉଁ ଘର ବାହାରେ ପାଣି ଜମିଛି କି ନାହିଁ, ଫଗିଂ କରାଯାଉଛି, ଶୀଘ୍ର ରୋଗ ଚିହ୍ନଟିକରଣ ପାଇଁ ଏଲିଶା ମେସିନ ଦିଆଯାଇଛି । ପ୍ରାଇଭେଟ୍ ରେ ଟେଷ୍ଟ ନକରାଇ ସରକାରୀ ଜାଗାରେ ପରୀକ୍ଷା ପାଇଁ କୁହାଯାଇଛି । ଯେଉଁ ପରୀକ୍ଷା ପଦ୍ଧତି ଗ୍ରହଣୀୟ ସେଥିରେ ପରୀକ୍ଷା କରନ୍ତୁ । ଭୁବନେଶ୍ଵର ପରୀକ୍ଷା କେନ୍ଦ୍ର ବଢ଼ାଯାଇଛି । ଏହାସହ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମଧ୍ୟ ଡେଙ୍ଗୁ ପରୀକ୍ଷା ନେଇ ବ୍ୟବସ୍ଥା କରାଯାଇଛି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
70 thousand people have been tested for dengue in the state | Argus News