Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଶୁଭୋଜିତଙ୍କ ଶେଷକୃତ୍ୟ ସମ୍ପନ୍ନ, ଦିଆଗଲା ଗାର୍ଡ ଅଫ୍ ଅନର

Jitendra Dash
Browse all articles by Jitendra Dash
·2 years ago·1 min read
ଶୁଭୋଜିତଙ୍କ ଶେଷକୃତ୍ୟ ସମ୍ପନ୍ନ, ଦିଆଗଲା ଗାର୍ଡ ଅଫ୍ ଅନର

ଅର୍ଗସ ବ୍ୟୁରୋ : ମୃତ୍ୟୁ ପରେ ବି ଅମର ହୋଇଗଲେ ୮ ବର୍ଷର କୁନି ପୁଅ ଶୁଭୋଜିତ୍ । ନିଜ ଜୀବନ ଗଲା ପରେ ବି ଅନ୍ୟ କିଛି ଲୋକଙ୍କ ଦେହରେ ଜୀବିତ ହୋଇ ରହିଲେ ଶୁଭୋଜିତ୍ । ଏହି ଆଠ ବର୍ଷର ପୁଅର ମୃତ୍ୟୁ ପରେ ଅଙ୍ଗଦାନ କରିଛନ୍ତି ପରିବାର ଲୋକେ । ଯାହା ପାଇଁ ସବୁ ଦିନ ପାଇଁ ଅମର ହୋଇଗଲେ ଶୁଭୋଜିତ୍ । ଆଜି ସତ୍ୟନଗର ଶ୍ମଶାନରେ ପୋଲିସ କମିଶନର ସଞ୍ଜୀବ ପଣ୍ଡା ଓ ଡ଼ିସିପି ପ୍ରତୀକ ସିଂହଙ୍କ ଉପସ୍ଥିତିରେ ଓଡ଼ିଶା ପୋଲିସ ପକ୍ଷରୁ ଆଜି ଶୁଭୋଜିତଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ପରିବାର ଲୋକଙ୍କ ଉପସ୍ଥିତିରେ ସତ୍ୟନଗର ଶ୍ମଶାନରେ ଆଜି ଶୁଭୋଜିତଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଭୁବନେଶ୍ଵର କଳ୍ପନା ଅଞ୍ଚଳର ବିଶ୍ୱଜିତ ସାହୁଙ୍କ ୮ ବର୍ଷୀୟ ପୁଅ ଶୁଭୋଜିତ ବିଜେବି ଇଲିଂଶ ମିଡ଼ିୟମ୍‌ ସ୍କୁଲରେ ପାଠ ପଢ଼ୁଥିଲେ। ଗତ ବୁଧବାର ପରୀକ୍ଷା ଦେବାକୁ ଯାଇଥିବା ହଠାତ୍‌ ଚେତା ହରାଇ ତଳେ ପଡ଼ି ଯାଇଥିଲେ ଶୁଭୋଜିତ। ତୁରନ୍ତ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସା ପରେ ସ୍ୱାସ୍ଥ୍ୟ ଅବସ୍ଥାରେ ସାମାନ୍ୟ ଉନ୍ନତି ଘଟିଥିଲା । ମାତ୍ର ଗତ ଗୁରୁବାର ଡାକ୍ତର ତାଙ୍କୁ ବ୍ରେନ ଡେଡ ଘୋଷଣା କରିଥିଲେ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
8-yr-old brain dead boy’s parents donate his organs | Argus News