Videos
|
Odisha

ଆସୁଛି କାଳବୈଶାଖୀ, ବର୍ଷାରେ ଭିଜିବ ସାରା ଓଡିଶା

Swoyang prajna Mishra
Browse all articles by Swoyang prajna Mishra
·1 year ago·1 min read
ଆସୁଛି କାଳବୈଶାଖୀ, ବର୍ଷାରେ ଭିଜିବ ସାରା ଓଡିଶା

ବାୟୁମଣ୍ଡଳର ଉପରି ଭାଗରେ ଏକ ନିମ୍ନ ଚାପରେଖା ସୃଷ୍ଟି ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ଏକ ଗୁରୁଚାପ ବଳୟ ଓଡିଶା ଉପକୂଳସ୍ଥ ହେବା ସହ , ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଯଥେଷ୍ଟ ମାତ୍ରାରେ ରାଜ୍ୟ ମଧ୍ୟକୁ ପ୍ରବେଶ କରିବାର ସମ୍ଭାବନା ରହିଛି l ଯାହା ଫଳରେ ୨ ଦିନ ପରେ ତାପମାତ୍ରାରେ ଆସିବ ପରିବର୍ତ୍ତନ । ବଦଳିବ ପାଣିପାଗର ମିଜାଜ । କାଳବୈଶାଖୀ ବର୍ଷା ଆଣିବ ଆଶ୍ୱସ୍ତି । ବର୍ଷାରେ ଭିଜିବ ସାରା ଓଡିଶା। ୨୦ରୁ ୨୨ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀର ପ୍ରଭାବରେ ଜାରି ରହିବ ବର୍ଷା । ଗୋଟିଏ ସପ୍ତାହରୁ ଅଧିକ ହେବ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଶ୍ବସ୍ତି ଆଣିବ କାଳବୈଶାଖୀ ବର୍ଷା ।

ଅନ୍ୟପଟେ ଆହୁରି ୨ ଦିନ କଲବଲ କରିବ ତାତି । ପ୍ରଚଣ୍ଡ ଗରମରୁ ମିଳିବନି ନିସ୍ତାର । ଆଜି ବୌଦ୍ଧ ଓ ଝାରସୁଗୁଡ଼ାର କିଛି ସ୍ଥାନରେ ହିଟ୍‌ୱେଭ ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୪ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ମୁଖ୍ୟତଃ ପଶ୍ଚିମ ଓଡ଼ିଶାରେ ଅଧିକ ଗ୍ରୀଷ୍ମ ପ୍ରବାହ ଅନୁଭୁତ ହେବ । ସେହିପରି ୨୦ ତାରିଖରେ ବୌଦ୍ଧ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ବଲାଙ୍ଗିର ଓ ଝାରସୁଗୁଡ଼ାରେ ତାତି ନେଇ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: