Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ଅଫିସରେ ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ ଖୋଲା

Banajyotshna Ray
Browse all articles by Banajyotshna Ray
·1 year ago·1 min read
ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ଅଫିସରେ ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ ଖୋଲା

ଅର୍ଗସ ବ୍ୟୁରୋ:  ବାତ୍ୟା ପାଇଁ ଆଲର୍ଟ ମୋଡକୁ ଆସିଲା ରାଜ୍ୟ  ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ। ଅଫିସରେ ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ ଖୋଲାଯାଇଛି, ଯେଉଁଠାରୁ ବାତ୍ୟାର ଗତିପଥ ଉପରେ ତୀକ୍ଷଣ ନଜର ରଖାଯାଉଛି। ପ୍ରଭାବିତ ହେବାକୁ ଥିବା ଜିଲ୍ଲାରେ ପ୍ରସ୍ତୁତି ଉପରେ ନଜର ରଖାଯାଇଛି। ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡିକୁ ଯିବେ ବରିଷ୍ଠ ଆଇଏସ୍ ଅଧିକାରୀ।

କେଉଁ ଜିଲ୍ଲାକୁ କେତେ NDRF, ଓଡ୍ରାଫ ଟିମ ଯିବେ ସେ ନେଇ ଚାଲିଛି ଯୋଜନା । ଉପକୂଳ ଓଡ଼ିଶାର ବାଲେଶ୍ଵର, ଭଦ୍ରକ, ଜଗତସିଂହପୁର, ପୁରୀ, ଗଞ୍ଜାମ ଓ ଗଜପତିରେ ଅଧିକ ଏନଡିଆରଏଫ, ଓଡ୍ରାଫ୍ ଓ ଅଗ୍ନିଶମ ଟିମ୍ ମୁତୟନ ହେବେ। ଆଜି ସନ୍ଧ୍ୟାରେ ବିଭିନ୍ନ ଜିଲ୍ଲା ଅଭିମୁଖେ ବାହାରିବେ NDRF, ଓଡ୍ରାଫ୍ ଓ ଅଗ୍ନିଶମ ଟିମ୍। ଜିଲ୍ଲାପାଳମାନେ ସ୍ଥିତି ସମୀକ୍ଷା କରି ଅପରାହ୍ନ ସୁଦ୍ଧା ରିପୋର୍ଟ ଦେବା ପରେ ଆବଶ୍ୟକତା ଅନୁଯାୟୀ ସରକାର ସହାୟତା ଯୋଗାଇ ଦେବେ। ମଧ୍ୟାହ୍ନରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ବାତ୍ୟା ପ୍ରସ୍ତୁତି ସମ୍ପର୍କରେ ବୈଠକ କରିବେ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
A 24-hour control room is open at the office of the Relief Commissioner | Argus News