କାଲି ସୃଷ୍ଟି ହେବ ଘୂର୍ଣ୍ଣିବଳୟ !
·1 year ago·1 min read

ଭୁବନେଶ୍ୱର: ଆସନ୍ତାକାଲି ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା। ପ୍ରଭାବରେ ବଢ଼ିବ ବର୍ଷା। କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି ହୋଇଛି। ଆସନ୍ତା ୫ ଦିନ ଯାଏଁ ବର୍ଷା ହେବ। କାଲିଠୁ ୨୮ ତାରିଖ ଯାଏ କିଛି ସ୍ଥାନରେ ପ୍ରବଳ ବର୍ଷା ସହ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ।
ଏହା ସହ ଉପକୂଳ, ଦକ୍ଷିଣ ଅଭ୍ୟନ୍ତରୀଣ, ଉତ୍ତର ଅଭ୍ୟନ୍ତରୀଣ ଓଡ଼ିଶlରେ ବିଜୁଳି ଘଡଘଡି ସହ ୩୦ ରୁ ୪୦କିମି ବେଗରେ ପବନ ବହିବା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । ଅନ୍ୟପଟେ ୬ ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ କରାଯାଇଥିବା ବେଳେ ୨୪ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ରବିବାର ସୁଦ୍ଧା ୧୫୪.୬ ମିଲିମିଟର ବର୍ଷା ହବାକୁ ଥିବାବେଳେ ହୋଇଛି ୯୧.୮ ମିଲିମିଟର ବର୍ଷା । ୪୧ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: