Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଦୁଇ ଦିନ ମଧ୍ୟରେ ସ୍କୁଲ ବନ୍ଦ ନିଷ୍ପତ୍ତି

Smruti Parija
Browse all articles by Smruti Parija
·1 year ago·1 min read
ଦୁଇ ଦିନ ମଧ୍ୟରେ ସ୍କୁଲ ବନ୍ଦ ନିଷ୍ପତ୍ତି

ଖୁସି ଖବର । ଆସନ୍ତା ଦୁଇ ଦିନ ମଧ୍ୟରେ ସ୍କୁଲ ବନ୍ଦ ନେଇ ଆସିପାରେ ନିଷ୍ପତ୍ତି । ପ୍ରଥମ ପର୍ଯ୍ୟାୟରେ ମେ ୬ ତାରିଖ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ନେଇ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଦିନେ ଦୁଇ ଦିନ ମଧ୍ୟରେ ନିଷ୍ପତ୍ତି ନିଆଯିବ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଭିନ୍ନ ବିଭାଗର ସଚିବଙ୍କ ସହ ଆଲୋଚନା କରିଛନ୍ତି ରାଜସ୍ଵ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସେହିପରି ଖରା ବଢିଲେ ଆବଶ୍ୟକ ସ୍ଥଳେ ଅଙ୍ଗନୱାଡ଼ି ଛୁଟି ହେବ ।


ସେପଟେ ଆଗାମୀ ପାଞ୍ଚ ଦିନ ପାଇଁ ହିଟୱେଭ୍ ଓ ତିନି ଦିନ ସିଭିଅର ହିଟ୍ ୱେଭ୍ ଆଲର୍ଟ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ସିଭିୟର ହିଟ ୱେଭ୍ ନେଇ ଅରେଞ୍ଜ ଆଲର୍ଟ ଜାରି କଲା ପାଣିପାଗ ବିଭାଗ । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ବୌଦ୍ଧ,ଝାରସୁଗୁଡ଼ା, ବଲାଙ୍ଗିର,ସୁନ୍ଦରଗଡ଼, ସମ୍ବଲପୁର । ଏଥିସହ 4 ଜିଲ୍ଲାକୁ ୟେଲୋ ଆଲର୍ଟ, 11 ଜିଲ୍ଲାକୁ ଉଷ୍ମ ଓ ଆଦ୍ର ସ୍ଥିତି ନେଇ ୟଲୋ ଆଲର୍ଟ ଜାରି କରାଯାଇଛି । ବେଶୀ ଜରୁରୀ ନଥିଲେ ଘରୁ ନବାହାରିବାକୁ ଆଲର୍ଟ ଜାରି କରାଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
a-decision-on-school-closure-may-be-taken-in-the-next-two-days | Argus News