Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

  ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

Manini Pattanayak
Browse all articles by Manini Pattanayak
·1 year ago·2 min read
  ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର:  ଉତ୍ତରପଶ୍ଚିମ ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଘୂର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ତତ-ସଂଲଗ୍ନ ବାଂଲାଦେଶ ଉପକୁଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।ଏହି ଲଘୁଚାପ କ୍ଷେତ୍ର ସହ ଜଡିତ ଘୂର୍ଣ୍ଣିବଳୟର ବ୍ୟାପ୍ତି ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ରହିବା ସହ ଏହା ବାୟୁମଣ୍ଡଳରେ ଉଚ୍ଚତା ସହ ଦକ୍ଷିଣପଶ୍ଚିମ ଦିଗରେ ଢଳି ରହିଛି l ଏହି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହେବା ସହ ୪୮ ଘଣ୍ଟା ମଧ୍ୟରେ ସଦୃଶ ଲଘୁଚାପରେ ପରିଣତ ହେବ । ପରବର୍ତ୍ତୀ ପର୍ଯ୍ୟାୟ ରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଏବଂ ଝାଡ଼ଖଣ୍ଡ ମଧ୍ୟ ଦେଇ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅତିକ୍ରମ କରିବାର ସମ୍ଭାବନା ରହିଛି l

ଏହାର ପ୍ରଭାବରେ ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିସ୍ତୃତି ବର୍ଷା ସହ ଉତ୍ତର ଓଡ଼ିଶାର କେତକ ଜିଲ୍ଲାରେ ତଥା ବାଲେଶ୍ଵର ଓ ଭଦ୍ରକ ରେ ପ୍ରବଳରୁ ଅତି ପ୍ରବଳ ୭ ରୁ ୨୦ ସେମି ତଥା ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷାର ୨୦ ସେମିରୁ ଅଧିକ ସମ୍ଭାବନା ମଧ୍ୟ ରହିଛି । ଯାହାକୁ ନେଇ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଛି ରେଡ୍ ଓ୍ୱାର୍ଣ୍ଣିଂ । ସେହିପରି ପ୍ରବଳ ରୁ ଅତି ପ୍ରବଳ ବର୍ଷା ଅର୍ଥାତ୍ ୭ ରୁ ୨୦ ସେମି ବର୍ଷା ନେଇ କେଉଁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା,ବରଗଡ଼, ସମ୍ବଲପୁର, ଅନୁଗୁଳ,ଦେଓଗଡ଼,କେନ୍ଦ୍ରାପଡ଼ା,ଯାଜପୁର, ଢେଙ୍କାନାଳ ରେ ପ୍ରବଳ ବର୍ଷା ର ସମ୍ଭାବନା ଥିବାରୁ ରେଞ୍ଜ  ଓ୍ୱାର୍ଣିଂ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ଅର୍ଥାତ୍ ୭ ରୁ ୧୧ ସେମି ବର୍ଷା ପାଇଁ ଜଗତସିଂହପୁର, ଖୋର୍ଦ୍ଧା, କଟକ, ନୟାଗଡ଼, ସୋନପୁର, ବୌଦ୍ଧ, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି ଜିଲ୍ଲା ପାଇଁ ଜାରି ହୋଇଛି ୟଲୋ  ଓ୍ୱାର୍ଣ୍ଣିଂ ।

ସେହିପରି ଆସନ୍ତାକାଲି ମଧ୍ୟ ବିସ୍ତୃତି ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଓ ୯ ଜିଲ୍ଲାକୁ ୟଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଭାରି ବର୍ଷା ସମ୍ଭାବନା ରହିଛିୁ । ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୭୨.୧ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୧୦ ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ୭୪୯.୦ ମିମି ବର୍ଷା ସ୍ୱାଭାବିକ ରହିବା କଥା । ଗୋଟିଏ ଜିଲ୍ଲା ମାଲକାନଗିରି ରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା କରାଯାଇଛି। 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢନ୍ତୁ ଓଡ଼ିଶା ଖବର 

Sponsored
A low pressure area formed in the Bay of Bengal | Argus News