Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର

Ritu Das
Browse all articles by Ritu Das
·1 year ago·1 min read
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର

ଅର୍ଗସ ବ୍ୟୁରୋ: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ତତସଲଗ୍ନ ଦକ୍ଷିଣ ଓଡ଼ିଶାର ଉପକୂଳବର୍ତି ଅଂଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ସେହିପରି ୧୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଉପକୂଳବର୍ତି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ୨୧ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।

୧୭ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ । ୧୮ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । 

୧୯ ତାରିଖରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ । ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକଙ୍କ ସୂଚନା ଅନୁସାରେ ଆସନ୍ତା ଜୁନ୍ ୨୩ରେ ଆଉ ଏକ ଘୁର୍ଣ୍ଣିବଳୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି । ଯାହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷା ହୋଇପାରେ। 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

Sponsored
A low pressure area | Argus News