Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆସୁଛି ସିରିଜ୍ ଲଘୁଚାପ

Odisha

ଆସୁଛି ସିରିଜ୍ ଲଘୁଚାପ

Manini Pattanayak
Browse all articles by Manini Pattanayak
·1 year ago·1 min read
ଆସୁଛି ସିରିଜ୍ ଲଘୁଚାପ

ଭୁବନେଶ୍ୱର: ଆସୁଛି ସିରିଜ୍ ଲଘୁଚାପ। ୮ ଦିନ ଭିତରେ ବଙ୍ଗୋପସାଗରରେ ସୃଷ୍ଟି ହେବ ୨ଟି ଲଘୁଚାପ । ୧୮ ତାରିଖରେ ଏକ ଘୂର୍ଣ୍ଣିବଳୟ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇ ୧୯ ତାରିଖରେ ଲଘୁଚାପ‌ରେ ପରିଣତ ହୋଇପାରେ। ଏହା ୨୧ ତାରିଖ ପର୍ଯ୍ୟନ୍ତ ବର୍ଷା କରାଇବ। ପ୍ରଭାବରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ୨୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୨୪ କିମ୍ବା ୨୫ ତାରିଖରେ ଲଘୁଚାପ ରୂପ ନେଇପାରେ। ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ସହ ଜାରି ରହିଥିବା ନିଅଣ୍ଟିଆ ବର୍ଷା ଦୂର ହୋଇପାରେ। ଅନ୍ୟପଟେ ବର୍ତ୍ତମାନ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଥିବା ବେଳେ ଆସନ୍ତା ୫ରୁ ୭ ଦିନ ଯାଏଁ ସାରା ରାଜ୍ୟରେ ବର୍ଷା ଲାଗିରହିବ। ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳ ବର୍ଷା ନେଇ ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ମାଲକାନାଗିରି ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଆଜି ପାଇଁ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, କୋରାପୁଟରେ ପ୍ରବଳ ବର୍ଷା ହେବା ନେଇ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
A series of low pressures is coming in odisha | Argus News