Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ 

Manini Pattanayak
Browse all articles by Manini Pattanayak
·2 years ago·1 min read
ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ 

ଭୁବନେଶ୍ୱର:  ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ । ବଜାରରେ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧି ପ୍ରସଙ୍ଗରେ ଚେତାବନୀ ଶୁଣାଇଲେ ବିଭାଗୀୟ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଯେଉଁ ଅସାଧୁ ବ୍ୟବସାୟୀ ମାନେ କୁତ୍ରିମ ଅଭାବ ସୃଷ୍ଟି କରୁଛନ୍ତି ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହିତ ସମସ୍ତ ଯୋଗାଣ ଅଧିକାରୀ ମାନଙ୍କୁ କ୍ବାଲିଟି ଓ ମାପଦଣ୍ଡ ଉପରେ  ମଧ୍ୟ ଗ୍ରାଉଣ୍ଡ କୁ ଯାଇ ତଦାରଖ କରିବା ପାଇଁ ନିର୍ଦେଶ ଦେଇଛନ୍ତି ।

ସେହିପରି ଚାଷୀଙ୍କ ଧାନ କିଣିଲା ବେଳେ କୌଣସି ମିଲର କଟନୀ ଛଟନୀ କରି ପାରିବେ ନାହିଁ ।  48ଘଣ୍ଟାରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ଯିବ । କୁଇଣ୍ଟାଲ ପିଛା 31ଶହ ଟଙ୍କାରେ ଧାନ କିଣାଯିବ ସେଥିପାଇଁ କମିଟି ଗଠନ ହୋଇଛି । ଚାଷୀଙ୍କୁ ହଇରାଣ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ । ଏହାସହ ରାଜ୍ୟରେ ପ୍ରଥମ ଥର ପାଇଁ  ଚାଉଳ ATM ଖୋଲାଯିବ । ଭୁବନେଶ୍ବରରେ ସପ୍ତାହ ଭିତରେ ଖୋଲିବ ଚାଉଳ ATM । ରାସନ କାର୍ଡ ହିତାଧିକାରୀଙ୍କୁ ଚାଉଳ ATM କାର୍ଡ ଦିଆଯିବ ।  ସାରା ଭାରତରେ ଏହି କାର୍ଡ ବ୍ୟବହାର ହୋଇ ପାରିବ। ପରବର୍ତ୍ତୀ ପର୍ଯ୍ୟାୟ ରେ ପ୍ରତି ଜିଲ୍ଲାରେ ଗୋଟିଏ ଗୋଟିଏ ଚାଉଳ ATM ସେଣ୍ଟର ଖୋଲାଯିବ ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କହିଛନ୍ତି ।

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
A stern warning from the Minister of Food and Supplies | Argus News