Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇ ଶିକ୍ଷୟତ୍ରୀ ନିଲମ୍ବିତ

Smruti Parija
Browse all articles by Smruti Parija
·2 years ago·1 min read
ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇ ଶିକ୍ଷୟତ୍ରୀ ନିଲମ୍ବିତ

ବୌଦ୍ଧ: ସରକାରୀ ନୋଡାଲ ହାଇସ୍କୁଲ ଦହ୍ୟାର ସହକାରୀ ଶିକ୍ଷକ ସଂଘମିତ୍ରା ମଲ୍ଲିକଙ୍କୁ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ଛାଟ । ନିର୍ବାଚନ ଆଚରଣ ବିଧି ଲାଗିଥିବା ସମୟରେ ଏକ ରାଜନୈତିକ ଦଳର ଦଳୀୟ ରାଲିରେ ଯୋଗ ଦେଇ ହରଡଘଣାରେ ଶିକ୍ଷୟତ୍ରୀ । ନିଲମ୍ବନ କଲେ ଜିଲ୍ଲା ନିର୍ବାଚନ ଅଧିକାରୀ । 

ସୂଚନାମୁତାବକ, ଗତ ଦୁଇ ଦିନ ତଳେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ପଲଶପାଟ ଠାରୁ ଆମ୍ବଗାଁ ପର୍ଯ୍ୟନ୍ତ ବିଜେଡି ଦଳ ପକ୍ଷରୁ ବିଶାଳ ରାଲି ଅନୁଷ୍ଠିତ ହୋଇଥିଲା । ଏହି ରାଲିରେ ବୌଦ୍ଧ ବ୍ଲକ ଦହ୍ୟା ନୋଡାଲ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ସଙ୍ଘମିତ୍ରା ମଲିକ ଯୋଗଦେଇଥିବା ନେଇ ଅଭିଯୋଗ ହୋଇଥିଲା ।

ଏହା ପୂର୍ବରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ବାଚନ କମିଶନଙ୍କ ନିୟମ ଅନୁଯାୟୀ ସମସ୍ତ ସରକାରୀ କର୍ମଚାରୀ ଅଧିକାରୀମାନେ କୌଣସି ରାଜନୈତିକ କାର୍ଯ୍ୟକ୍ରମ ଯୋଗ ଦେଇ ପାରିବେ ନାହିଁ ବୋଲି ଚିଠିରେ ଉଲ୍ଲେଖ କରାଯାଇଥିଲା । ଏହାର ଖିଲାପି ଯୋଗୁଁ ଜିଲ୍ଲା ମୂଖ୍ୟ ନିର୍ବାଚନ ଅଧିକାରୀ ତାଙ୍କୁ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କରିଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଆହୁରି ପଢନ୍ତୁ ଓଡିଶା ଖବର...
 

Sponsored
A-teacher- suspended for participating in political-programme | Argus News