Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସଜୀବୀଙ୍କ ପାଇଁ ଜାରି ହେଲା ସତର୍କ ସୂଚନା

Ritu Das
Browse all articles by Ritu Das
·2 years ago·1 min read
ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସଜୀବୀଙ୍କ ପାଇଁ ଜାରି ହେଲା ସତର୍କ ସୂଚନା

ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମ୍ଭାବ୍ୟ ବାତ୍ୟାକୁ ନେଇ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସତର୍କ ସୂଚନା ଜାରି କରିଛନ୍ତି । ଆଜି ପୂର୍ବାହ୍ନ ୮.୩୦ ମିନିଟ ସମୟରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ମେ' ୨୨ ତାରିଖ ସୁଦ୍ଧା ଏହା ପଶ୍ଚିମବଙ୍ଗଗ ଦିଗକୁ ଗତି କରି କେନ୍ଦ୍ରୀଭୂତ ହେବାର ସମ୍ଭାବନା ରହିଛି । ମେ' ୨୪ ତାରିଖରେ ଏହା ବଙ୍ଗୋପ ସାଗରର କେନ୍ଦ୍ରୀୟ ଇଲାକାରେ ଲଘୁଚାପର ରୂପ ନେଇପାରେ । ଏହାର ପ୍ରଭାବରେ ଘଣ୍ଟା ପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। 

ମେ' ୨୩ ତାରିଖ ସକାଳୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଖପାଖ ଅଞ୍ଚଳକୁ ବିସ୍ତାର କରିବ । ମେ' ୨୪ ତାରିଖ ବେଳକୁ ପବନର ବେଗ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ବହିବାର ସମ୍ଭାବନା ରହିଛି। ଏସବୁକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଏଥିରେ କୁହାଯାଇଛି କି, ଏହି ସମୟରେ ମତ୍ସଜୀବୀମାନଙ୍କୁ ସମଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଏହାସହ ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ମାଛ ଧରିବାକୁ ଯାଉଛନ୍ତି ସେମାନେ ଯଥାଶୀଘ୍ର ସ୍ଥଳଭାଗକୁ ଫେରିଆସିବାକୁ ପରାମର୍ଶ ଦେଇଛନ୍ତି।

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
A warning was issued | Argus News