Abhijit Majumdar Health Update / ଭେଣ୍ଟିଲେଟରରୁ ବାହାରିଲେ ଅଭିଜିତ୍ ମଜୁମଦାର, ମେଡିସିନ୍ ଓ୍ବାର୍ଡରେ ଚାଲିଛି ଚିକିତ୍ସା
·8 months ago·2 min read

Key Points
ଅଭିଜିତ ମଜମୁଦାରଙ୍କ ସ୍ବାସ୍ଥ୍ୟବସ୍ଥାରେ ସାମାନ୍ୟ ସୁଧାର । ଭେଣ୍ଟିଲେଟରରୁ ବାହାରି ମେଡିସିନ ୱାର୍ଡକୁ ସ୍ଥାନାନ୍ତର ହେଲେ ଅଭିଜିତ । ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଭୁବନେଶ୍ୱର ଏମସ୍ରୁ ସୂଚନା ।
କେମିତି ଅଛନ୍ତି ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର । ଭୁବନେଶ୍ବର ଏମ୍ସ ପକ୍ଷରୁ ତାଙ୍କର ସ୍ବାସ୍ଥ୍ୟ ବୁଲେଟିନ୍ ଜାରି କରାଯାଇଛି । ଧୀରେ ଧୀରେ ସୁସ୍ଥ ହେଉଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର । କିଛି ଦିନ ଧରି ଭୁବନେଶ୍ବର ଏମ୍ସର ଭେଣ୍ଟିଲେଟରରେ ଚିକିତ୍ସିତ ହେବା ପରେ ସୋମବାର ସେ ଭେଣ୍ଟିଲେଟରରୁ ବାହାରିଛନ୍ତି । ସେ ମେଡିସିନ୍ ଓ୍ବାର୍ଡକୁ ସ୍ଥାନାନ୍ତର ହୋଇଛନ୍ତି । ତେବେ ବର୍ତ୍ତମାନ ଅଭିଜିତ୍ ମଜୁମଦାରଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଭୁବନେଶ୍ୱର ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି ।
କେମିତି ଅଛନ୍ତି ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର । ଭୁବନେଶ୍ବର ଏମ୍ସ ପକ୍ଷରୁ ସ୍ବାସ୍ଥ୍ୟ ବୁଲେଟିନ୍ ଜାରି କରାଯାଇଛି । ଏବେ ବି କୋମାରେ ଅଛନ୍ତି କଣ୍ଠଶିଳ୍ପୀ ତଥା ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର । ତାଙ୍କ ସ୍ବାସ୍ଥ୍ୟରେ ବିଶେଷ ସୁଧାର ଆସୁନି ।
ଅଧିକ ପଢ଼ନ୍ତୁ: ଐତିହାସିକ ବାଲିଯାତ୍ରା କଟକ-୨୦୨୫: ଷଷ୍ଠ ଦିନରେ କ'ଣ ରହିଛି କାର୍ଯ୍ୟକ୍ରମ ଜାଣନ୍ତୁ...
ତେବେ ଏହା ପୂର୍ବରୁ ୨୩ ଅକ୍ଟୋବରରେ ଅଭିଜିତଙ୍କ କରାଯାଇଥିବା MRI ବ୍ରେନ୍ ସ୍କାନ୍ରେ ମଧ୍ୟ କୌଣସି ସ୍ପଷ୍ଟ ସୁଧାର ଦେଖିବାକୁ ମିଳିନଥିଲା । ଅଭିଜିତ୍ଙ୍କ ସ୍ନାୟୁଜନିତ ସମସ୍ୟାରେ ମଧ୍ୟ କୌଣସି ସୁଧାର ଆସୁନଥିବା ଏମ୍ସ ପକ୍ଷରୁ କୁହାଯାଇଥିଲା । ଡାକ୍ତରମାନେ ଅଭିଜିତଙ୍କୁ ଭେଣ୍ଟିଲେଟର ସହାୟତାଠାରୁ କ୍ରମେ ମୁକ୍ତ କରିବା ପାଇଁ ପ୍ରୟାସ ଜାରି ରଖିଥିଲେ ।
ସୂଚନା ଅନୁସାରେ ଅଭିଜିତ୍ ମଜୁମଦାରଙ୍କ ଶରୀରରେ ସୋଡିୟମ ଲେବୁଲ କମିଯିବାରୁ ତାଙ୍କୁ କିଛି ଦିନ ତଳେ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ପ୍ରାୟ ଏକ ସପ୍ତାହ ଧରି ତାଙ୍କ ଚିକିତ୍ସା ଜାରି ରହିଥିଲା । କିନ୍ତୁ ତାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଗତ ସେପ୍ଟେମ୍ବର ୪ ତାରିଖରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ତାଙ୍କ ଚିକିତ୍ସା କରୁଛନ୍ତି ।
ତେବେ କିଛି ଦିନ ଏମ୍ସରେ ଚିକିତ୍ସା ହେବା ପରେ ଧୀରେ ଧୀରେ ସୁସ୍ଥ ହୋଇଥିଲେ ଦାଦା । ଦୁର୍ଗାପୂଜା ପୂର୍ବରୁ ଭେଣ୍ଟିଲେଟରରରୁ ବାହାରି ଆଇସିୟୁ ବେଡ୍ରେ ଦାଦାଙ୍କ ଚିକିତ୍ସା ଚାଲିଥିଲା । କିନ୍ତୁ ଏହାର କିଛି ଦିନ ପରେ ପୁଣି ଦାଦାଙ୍କ ସ୍ବାସ୍ଥ୍ୟବସ୍ଥାରେ ଅବନତି ଦେଖିବାକୁ ମିଳିଥିଲା । ପରେ ପୁଣି ଥରେ ଅଭିଜିତ୍ଙ୍କୁ ଭେଣ୍ଟିଲେଟରରେ ଭର୍ତ୍ତି କରାଯାଇଥିଲା । ଆଉ ଏବେ ଏମ୍ସ ପକ୍ଷରୁ ଜାରି ହୋଇଥିବା ସ୍ବାସ୍ଥ୍ୟ ବୁଲେଟିନ୍ରେ ଅଭିଜିତ୍ ମଜୁମଦାରଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସୁଥିବା କୁହାଯାଇଛି ।
ସୂଚନା ଅନୁସାରେ ଓଡ଼ିଆ ମନୋରଞ୍ଜନ ଦୁନିଆର ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ ଓ କଣ୍ଠଶିଳ୍ପୀ ହେଉଛନ୍ତି ଅଭିଜିତ ମଜୁମଦାର । ଓଡ଼ିଆ ଆଧୁନିକ ଆଲବମ୍, ଭଜନ, ସମ୍ବଲପୁରୀ ଆଲବମ୍ ଓ ଓଡ଼ିଆ ଧାରାବାହିକରେ ସଙ୍ଗୀତ ନିର୍ଦ୍ଦେଶନା ଦେବା ସହ ଅନେକ ଗୀତ ନିଜେ ସେ ଗାଇଛନ୍ତି ମଧ୍ୟ । ଅଭିଜିତ ମଜୁମଦାର ପ୍ରଥମେ ସମ୍ବଲପୁରୀ ଗୀତରେ କାମ କରିବା ଆରମ୍ଭ କରିଥିଲେ ଏବଂ ପରେ ସେ ଓଡ଼ିଆ କଥାଚିତ୍ର ଜଗତରେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ । ସେ ଓଡ଼ିଆ ଚଳଚ୍ଚିତ୍ର, ଆଲବମ୍ ଏବଂ ସମ୍ବଲପୁରୀ ଇଣ୍ଡଷ୍ଟ୍ରି ପାଇଁ ୭୦୦ରୁ ଅଧିକ ଗୀତ ନିର୍ମାଣ କରିଛନ୍ତି ।
କେମିତି ଅଛନ୍ତି ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର । ଭୁବନେଶ୍ବର ଏମ୍ସ ପକ୍ଷରୁ ସ୍ବାସ୍ଥ୍ୟ ବୁଲେଟିନ୍ ଜାରି କରାଯାଇଛି । ଏବେ ବି କୋମାରେ ଅଛନ୍ତି କଣ୍ଠଶିଳ୍ପୀ ତଥା ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର । ତାଙ୍କ ସ୍ବାସ୍ଥ୍ୟରେ ବିଶେଷ ସୁଧାର ଆସୁନି ।
ଅଧିକ ପଢ଼ନ୍ତୁ: ଐତିହାସିକ ବାଲିଯାତ୍ରା କଟକ-୨୦୨୫: ଷଷ୍ଠ ଦିନରେ କ'ଣ ରହିଛି କାର୍ଯ୍ୟକ୍ରମ ଜାଣନ୍ତୁ...
ତେବେ ଏହା ପୂର୍ବରୁ ୨୩ ଅକ୍ଟୋବରରେ ଅଭିଜିତଙ୍କ କରାଯାଇଥିବା MRI ବ୍ରେନ୍ ସ୍କାନ୍ରେ ମଧ୍ୟ କୌଣସି ସ୍ପଷ୍ଟ ସୁଧାର ଦେଖିବାକୁ ମିଳିନଥିଲା । ଅଭିଜିତ୍ଙ୍କ ସ୍ନାୟୁଜନିତ ସମସ୍ୟାରେ ମଧ୍ୟ କୌଣସି ସୁଧାର ଆସୁନଥିବା ଏମ୍ସ ପକ୍ଷରୁ କୁହାଯାଇଥିଲା । ଡାକ୍ତରମାନେ ଅଭିଜିତଙ୍କୁ ଭେଣ୍ଟିଲେଟର ସହାୟତାଠାରୁ କ୍ରମେ ମୁକ୍ତ କରିବା ପାଇଁ ପ୍ରୟାସ ଜାରି ରଖିଥିଲେ ।ସୂଚନା ଅନୁସାରେ ଅଭିଜିତ୍ ମଜୁମଦାରଙ୍କ ଶରୀରରେ ସୋଡିୟମ ଲେବୁଲ କମିଯିବାରୁ ତାଙ୍କୁ କିଛି ଦିନ ତଳେ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ପ୍ରାୟ ଏକ ସପ୍ତାହ ଧରି ତାଙ୍କ ଚିକିତ୍ସା ଜାରି ରହିଥିଲା । କିନ୍ତୁ ତାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଗତ ସେପ୍ଟେମ୍ବର ୪ ତାରିଖରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ତାଙ୍କ ଚିକିତ୍ସା କରୁଛନ୍ତି ।
ତେବେ କିଛି ଦିନ ଏମ୍ସରେ ଚିକିତ୍ସା ହେବା ପରେ ଧୀରେ ଧୀରେ ସୁସ୍ଥ ହୋଇଥିଲେ ଦାଦା । ଦୁର୍ଗାପୂଜା ପୂର୍ବରୁ ଭେଣ୍ଟିଲେଟରରରୁ ବାହାରି ଆଇସିୟୁ ବେଡ୍ରେ ଦାଦାଙ୍କ ଚିକିତ୍ସା ଚାଲିଥିଲା । କିନ୍ତୁ ଏହାର କିଛି ଦିନ ପରେ ପୁଣି ଦାଦାଙ୍କ ସ୍ବାସ୍ଥ୍ୟବସ୍ଥାରେ ଅବନତି ଦେଖିବାକୁ ମିଳିଥିଲା । ପରେ ପୁଣି ଥରେ ଅଭିଜିତ୍ଙ୍କୁ ଭେଣ୍ଟିଲେଟରରେ ଭର୍ତ୍ତି କରାଯାଇଥିଲା । ଆଉ ଏବେ ଏମ୍ସ ପକ୍ଷରୁ ଜାରି ହୋଇଥିବା ସ୍ବାସ୍ଥ୍ୟ ବୁଲେଟିନ୍ରେ ଅଭିଜିତ୍ ମଜୁମଦାରଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସୁଥିବା କୁହାଯାଇଛି ।
ସୂଚନା ଅନୁସାରେ ଓଡ଼ିଆ ମନୋରଞ୍ଜନ ଦୁନିଆର ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ ଓ କଣ୍ଠଶିଳ୍ପୀ ହେଉଛନ୍ତି ଅଭିଜିତ ମଜୁମଦାର । ଓଡ଼ିଆ ଆଧୁନିକ ଆଲବମ୍, ଭଜନ, ସମ୍ବଲପୁରୀ ଆଲବମ୍ ଓ ଓଡ଼ିଆ ଧାରାବାହିକରେ ସଙ୍ଗୀତ ନିର୍ଦ୍ଦେଶନା ଦେବା ସହ ଅନେକ ଗୀତ ନିଜେ ସେ ଗାଇଛନ୍ତି ମଧ୍ୟ । ଅଭିଜିତ ମଜୁମଦାର ପ୍ରଥମେ ସମ୍ବଲପୁରୀ ଗୀତରେ କାମ କରିବା ଆରମ୍ଭ କରିଥିଲେ ଏବଂ ପରେ ସେ ଓଡ଼ିଆ କଥାଚିତ୍ର ଜଗତରେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ । ସେ ଓଡ଼ିଆ ଚଳଚ୍ଚିତ୍ର, ଆଲବମ୍ ଏବଂ ସମ୍ବଲପୁରୀ ଇଣ୍ଡଷ୍ଟ୍ରି ପାଇଁ ୭୦୦ରୁ ଅଧିକ ଗୀତ ନିର୍ମାଣ କରିଛନ୍ତି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories