Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଅଭିଜିତ୍‌ଙ୍କ ସ୍ବାସ୍ଥ୍ୟବସ୍ଥାରେ ଆସୁନି ସୁଧାର, ଏବେ ବି କୋମାରେ ଅଛନ୍ତି ଦାଦା

Odisha

Abhijit Majumdar Health Update / ଅଭିଜିତ୍‌ଙ୍କ ସ୍ବାସ୍ଥ୍ୟବସ୍ଥାରେ ଆସୁନି ସୁଧାର, ଏବେ ବି କୋମାରେ ଅଛନ୍ତି ଦାଦା

Santosh Kumar Sahoo
Browse all articles by Santosh Kumar Sahoo
·7 months ago·2 min read
ଅଭିଜିତ୍‌ଙ୍କ ସ୍ବାସ୍ଥ୍ୟବସ୍ଥାରେ ଆସୁନି ସୁଧାର, ଏବେ ବି କୋମାରେ ଅଛନ୍ତି ଦାଦା

Key Points

ଏବେ ବି କୋମାରେ ଅଭିଜିତ ମଜୁମଦାର
ସ୍ବାସ୍ଥ୍ୟାବସ୍ଥାରେ ବିଶେଷ ସୁଧାର ଆସୁନି : ଏମ୍‌ସ
MRI ବ୍ରେନ୍ ସ୍କାନ୍‌ରେ କୌଣସି ସ୍ପଷ୍ଟ ସୁଧାର ଦେଖାଯାଇନାହିଁ
କେମିତି ଅଛନ୍ତି ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର । ଭୁବନେଶ୍ବର ଏମ୍ସ ପକ୍ଷରୁ ସ୍ବାସ୍ଥ୍ୟ ବୁଲେଟିନ୍‌ ଜାରି କରାଯାଇଛି । ଏବେ ବି କୋମାରେ ଅଛନ୍ତି କଣ୍ଠଶିଳ୍ପୀ ତଥା ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର । ତାଙ୍କ ସ୍ବାସ୍ଥ୍ୟରେ ବିଶେଷ ସୁଧାର ଆସୁନି । ୨୩ ଅକ୍ଟୋବରରେ କରାଯାଇଥିବା MRI ବ୍ରେନ୍‌ ସ୍କାନ୍‌ରେ ମଧ୍ୟ କୌଣସି ସ୍ପଷ୍ଟ ସୁଧାର ଦେଖିବାକୁ ମିଳିନାହିଁ । ଅଭିଜିତ୍‌ଙ୍କ ସ୍ନାୟୁଜନିତ ସମସ୍ୟାରେ ମଧ୍ୟ କୌଣସି ସୁଧାର ଆସୁନଥିବା ଏମ୍ସ ପକ୍ଷରୁ କୁହାଯାଇଛି । ଡାକ୍ତରମାନେ ଅଭିଜିତଙ୍କୁ ଭେଣ୍ଟିଲେଟର ସହାୟତାଠାରୁ କ୍ରମେ ମୁକ୍ତ କରିବା ପାଇଁ ପ୍ରୟାସ ଜାରି ରଖିଛନ୍ତି । ଏମ୍‌ସ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ, ବର୍ତ୍ତମାନ ସେ ସ୍ପୋଣ୍ଟାନିୟସ୍ ମୋଡ୍‌ ଭେଣ୍ଟିଲେଟର ସର୍ପଟରେ ରହିଛନ୍ତି ।

ସୂଚନା ଅନୁସାରେ ଅଭିଜିତ୍‌ ମଜୁମଦାରଙ୍କ ଶରୀରରେ ସୋଡିୟମ ଲେବୁଲ କମିଯିବାରୁ ତାଙ୍କୁ କିଛି ଦିନ ତଳେ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ପ୍ରାୟ ଏକ ସପ୍ତାହ ଧରି ତାଙ୍କ ଚିକିତ୍ସା ଜାରି ରହିଥିଲା । କିନ୍ତୁ ତାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଗତ ସେପ୍ଟେମ୍ବର ୪ ତାରିଖରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ତାଙ୍କ ଚିକିତ୍ସା କରୁଛନ୍ତି ।

ଅଧିକ ପଢ଼ନ୍ତୁ: ସାମ୍ନାକୁ ଆସିଲା ମୁଖ୍ୟ ସାର୍ପସୁଟର୍ କୁରୁପତି ଭୂୟାଁ ଏବଂ ଉମା ବିଷୋୟୀ


ତେବେ କିଛି ଦିନ ଏମ୍ସରେ ଚିକିତ୍ସା ହେବା ପରେ ଧୀରେ ଧୀରେ ସୁସ୍ଥ ହୋଇଥିଲେ ଦାଦା । ଦୁର୍ଗାପୂଜା ପୂର୍ବରୁ ଭେଣ୍ଟିଲେଟରରରୁ ବାହାରି ଆଇସିୟୁ ବେଡ୍‌ରେ ଦାଦାଙ୍କ ଚିକିତ୍ସା ଚାଲିଥିଲା । କିନ୍ତୁ ଏହାର କିଛି ଦିନ ପରେ ପୁଣି ଦାଦାଙ୍କ ସ୍ବାସ୍ଥ୍ୟବସ୍ଥାରେ ଅବନତି ଦେଖିବାକୁ ମିଳିଥିଲା । ପରେ ପୁଣି ଥରେ ଅଭିଜିତ୍‌ଙ୍କୁ ଭେଣ୍ଟିଲେଟରରେ ଭର୍ତ୍ତି କରାଯାଇଥିଲା । ଆଉ ଏବେ ଏମ୍ସ ପକ୍ଷରୁ ଜାରି ହୋଇଥିବା ସ୍ବାସ୍ଥ୍ୟ ବୁଲେଟିନ୍‌ରେ ଅଭିଜିତ୍‌ ମଜୁମଦାରଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସୁନଥିବା କୁହାଯାଉଛି ।

ସୂଚନା ଅନୁସାରେ ଓଡ଼ିଆ ମନୋରଞ୍ଜନ ଦୁନିଆର ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ ଓ କଣ୍ଠଶିଳ୍ପୀ ହେଉଛନ୍ତି ଅଭିଜିତ ମଜୁମଦାର । ଓଡ଼ିଆ ଆଧୁନିକ ଆଲବମ୍, ଭଜନ, ସମ୍ବଲପୁରୀ ଆଲବମ୍ ଓ ଓଡ଼ିଆ ଧାରାବାହିକରେ ସଙ୍ଗୀତ ନିର୍ଦ୍ଦେଶନା ଦେବା ସହ ଅନେକ ଗୀତ ନିଜେ ସେ ଗାଇଛନ୍ତି ମଧ୍ୟ । ଅଭିଜିତ ମଜୁମଦାର ପ୍ରଥମେ ସମ୍ବଲପୁରୀ ଗୀତରେ କାମ କରିବା ଆରମ୍ଭ କରିଥିଲେ ଏବଂ ପରେ ସେ ଓଡ଼ିଆ କଥାଚିତ୍ର ଜଗତରେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ । ସେ ଓଡ଼ିଆ ଚଳଚ୍ଚିତ୍ର, ଆଲବମ୍ ଏବଂ ସମ୍ବଲପୁରୀ ଇଣ୍ଡଷ୍ଟ୍ରି ପାଇଁ ୭୦୦ରୁ ଅଧିକ ଗୀତ ନିର୍ମାଣ କରିଛନ୍ତି ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
No Improvement in Abhijit Majumdar’s Health, Still in Coma at AIIMS Bhubaneswar | Argus News